ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବନ୍ଦ ହେବ ଓ୍ବିଣ୍ଡୋଜ୍ ୧୦
ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସପୋର୍ଟ ପେଜ୍ରେ କମ୍ପାନୀ ଏ ବାବଦରେ ଅପଡେଟ୍ ଦେଇଛି। ୨୦୧୫…
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି। ଏହାସହ ଦୁଇ ମୃତକଙ୍କ ପରିବାରକୁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ ସୁନିଶ୍ଚିତ…
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏହି ପରିଣାମକୁ ସେମିଫାଇନାଲ କୁହାଯାଉଛି। ସେହିପରି ଆଗାମୀ ବିଧାନସଭା ନିର୍ବାଚନ…
ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ
ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍ର ରୂପ ନେଇଛି। ଏହି ଷ୍ଟ୍ରେନ୍ ବ୍ରିଟେନରେ ଆତଙ୍କ ସୃଷ୍ଟି କରିବାରୁ ଏହାର ମୁକାବିଲା ପାଇଁ ବୋରିସ୍ ଜନ୍ସନ ସରକାର ଅନ୍ଲକ୍ ପ୍ରକ୍ରିୟାକୁ ବିଳମ୍ବିତ…
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…
ରୟତି ଜମିରୁ ବେଆଇନ ଗଛକଟା
ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍ କିସମ ମେଳ ଖାଉ ନ ଥିଲେ ମଧ୍ୟ ବେଆଇନ ଭାବେ ଅନୁମତି ଦିଆଯାଉଛି। ସାବିକ ଓ ହାଲ୍ କିସମ ସମାନ…
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି। ଡିସିପିଙ୍କ ନିର୍ଦ୍ଦେଶ ପରେ ବନ୍ଦ ହୋଇପଡିଥିବା ୯ବର୍ଷ ତଳର ଏକ ହତ୍ୟା ମାମଲାର ଫାଇଲ୍…
କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି
ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍ମେଣ୍ଟର୍: କୋଭିଡ୍-୧୯ ଆଣ୍ଡ୍ ଏଲ୍ଡର୍ଲି’ ପ୍ରକାଶ କରିଛି। ଏହି ରିପୋର୍ଟ ‘ଘରେ’ ଓ ‘ବୃଦ୍ଧାଶ୍ରମରେ’ ରହୁଥିବା ବୟସ୍କଙ୍କ ଜୀବନରେ…
ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୧୫୧୯ଟି…
ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି
ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା ବ୍ଲକ୍ ଦଲ୍କି ପଞ୍ଚାୟତ କୁରେବଗା ଗ୍ରାମର ମହିଳା ଏକାଠି ହୋଇଛନ୍ତି। କମ୍ପାନୀ କର୍ତ୍ତୃପକ୍ଷ ଏ…
ବ୍ଲାକ୍ ଫଙ୍ଗସ୍: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା
ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍ (ବ୍ଲାକ୍ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ…
Archives


