Home

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ…

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର ରତ୍ନଗିରି,…

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍‌ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା କାଣ୍ଠି…

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌ ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କରିଛି ସେନେଇ ଏକ…

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି ଏବଂ ବିଧାୟକମାନଙ୍କ ଘର ଆଗରେ କୃଷି ଆଇନର ନକଲ ପୋଡ଼ିଥିଲେ। ୨୦୨୦ ଜୁନ୍‌ ୫ରେ…

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଗତ କିଛି ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ…

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍‌ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ…

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ ଫାଇଜରର ପ୍ରଥମ ଡୋଜ୍‌ ଦିଆଯାଇଥିଲା। ତାଙ୍କ ପୂର୍ବରୁ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ଙ୍କ…

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ ସେମାନଙ୍କଠାରୁ ନିଜର ହଜାର ହଜାର ବର୍ଷର ବାସସ୍ଥାନ ଛଡ଼ାଇ ନିଆଯାଇଥିଲା। ହେଲେ ବିଲୁପ୍ତ ପ୍ରାୟ…

ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ

ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମସୀମାରେ ପହଞ୍ଚତ୍ଛି। ସେତେବେଳେ କୃଷକଙ୍କ ଧାରଣାସ୍ଥଳକୁ ଦିଲ୍ଲୀ ପୋଲିସ କଣ୍ଟକିତ ତାରବାଡ଼ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri