Home

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା…

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି ରାମକୃଷ୍ଣ ଦାଶ ପୌରହିତ୍ୟ କରିଥିଲେ। ରୋଟାରୀ ୩୨୬୨ ଜିଲାର ଗଭର୍ନର ସୌମ୍ୟ ରଞ୍ଜନ ମିଶ୍ର…

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍‌ କଟକଣା ଭିତରେ ହାତବାନ୍ଧି ବସିଥିବା ଶିଳ୍ପୀ ଓ ବୁଣାକାରମାନେ ଜୀବନଜୀବିକାକୁ ନେଇ ଚିନ୍ତିତ ହୋଇପଡିଛନ୍ତି।…

କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍‌-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ…

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ଅନୁମତି ପ୍ରଦାନ କରିଛନ୍ତି। ଅଦାର ପୁନାଓ୍ବାଲାଙ୍କ କମ୍ପାନୀ ଏହି ଟିକାର ପରୀକ୍ଷା ଓ ବିଶ୍ଳେଷଣ…

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା ସହ…

ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ

ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଶୁକ୍ରବାର ଏକ ୧୩ ଜଣିଆ କମିଟି ଗଠନ କରିଛି। ଉକ୍ତ କମିଟି…

ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୫ା୬: ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ। ଏହି ସମୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଏବଂ…

ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍‌ଫୁଟ୍‌ରେ ଛିଡ଼ାହୋଇଛି…

ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ ଅର୍ଥ…

ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା

ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍‌ଫର୍ମେଶନ ପୋର୍ଟାଲରେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?