ମେଟ୍ରୋ

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ବାତ୍ୟା କ୍ଷୟକ୍ଷତି...

ବଢୁଛି ବୈତରଣୀ, ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବାରୁ ବୈତରଣୀ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଆନନ୍ଦପୁର ଓ ଆଖୁଆପଦା ଠାରେ ଏହା ବିପଦ ସଙ୍କେତ ଉପରେ ରହିଛି। ତେଣୁ ବଡ଼ ଧରଣର ନ ହେଲେ ବି ବୈତରଣୀରେ ମଧ୍ୟମ...

ବାତ୍ୟା ଆଶ୍ରୟସ୍ଥଳୀରୁ ଲୋକେ ଘରକୁ ଫେରିଲେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବିତ ଅଞ୍ଚଳରେ ସ୍ଥିତିରେ ସୁଧାର ଆସିଲେ ଡୋର୍‌ ଟୁ ଡୋର୍‌ ସର୍ଭେ ଆରମ୍ଭ ହେବ। ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ଘରକୁ ଫେରିଲେ ସେମାନଙ୍କ ଟେଷ୍ଟିଂ ଏବଂ ଟିକାକରଣ ହେବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...

ଶିମିଳିପାଳରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ହାଇଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୨ ଘଣ୍ଟା ମୟୂରଭଞ୍ଜ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ଏସ୍‌ଆରସି ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ତେବେ ବାତ୍ୟା...

ବିମାନ ଚଳାଚଳ ଆରମ୍ଭ ହେଲା

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୨୫ ତାରିଖ ମଙ୍ଗଳବାର ରାତି ୧୧ଟାରୁ ୨୭ତାରିଖ ଗୁରୁବାର ସକାଳ ୫ଟା ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ବାତ୍ୟାର...

ଆକ୍ରାନ୍ତ କଏଦୀଙ୍କୁ ଚିକିତ୍ସା ଅବହେଳା ଅଭିଯୋଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଝାରପଡା ଜେଲ୍‌ରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଶତାଧିକ କଏଦୀ ଆକ୍ରାନ୍ତ ହୋଇଥିବାବେଳେ କେତେଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ଜେଲ୍‌ ଆଇସୋଲେଶନ ଓ୍ବାର୍ଡରେ ଠିକ୍‌ ଭାବେ ଚିକିତ୍ସା ମିଳୁ ନ ଥିବା ଓ ଗୁରୁତରଙ୍କୁ କୋଭିଡ୍‌...

ବାତ୍ୟା ପ୍ରଭାବିତ ଅଞ୍ଚଳରେ ଏରିଏଲ୍‌ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ନ ସାଢେ ୧୨ଟାରେ ମୁଖ୍ୟମନ୍ତ୍ରୀ ଏରିଏଲ୍‌ ସର୍ଭେ କରିବେ ବୋଲି ଜଣାପଡ଼ିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ...

କରୋନାରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକଙ୍କ ପରଲୋକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଲବମ୍‌ ଓ ଓଡ଼ିଆ ଜଗତର ବେଶ୍‌ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। କଟକ ଏସ୍‌ସିବିି ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।...

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୪ ଜୀବନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି।...

ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ୟାସ୍‌ର ପ୍ରଭାବରୁ ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସଂଖ୍ୟାରେ...

ବିଶାଖାପାଟଣାରୁ ଆସିଲା ୩୦ ଜେନେରେଟର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍‌ ସମସ୍ୟା ଦୂର ପାଇଁ ବିଶାଖାପାଟଣାରୁ ଉଚ୍ଚଶକ୍ତି ସମ୍ପନ୍ନ ୩୦ ଡିଜେଲ ଜେନେରେଟର (ଡିଜି) ସେଟ୍‌ ଅଣାଯାଇଛି। ଟ୍ରକ୍‌ରେ ଆସିଥିବା ଏହି ଜେନେରେଟରକୁଡ଼ିକ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଜରୁରୀ ଆବଶ୍ୟକତା ଭିତ୍ତିରେ...

ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଅଧିକ କ୍ଷତି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବୁଧବାର ଅପରାହ୍ନରେ ବାଲେଶ୍ୱର ଗସ୍ତ କରି ବାତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri