ମେଟ୍ରୋ

ଆଇଏଏସ ସ୍ତରରେ ଅଦଳ ବଦଳ; ପ୍ରଦୀପ୍ତ ହେଲେ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ୧୯୮୮ ବ୍ୟାଚର ଆଇଏଏସ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ଓଡିଶା…

ସକାଳ ୯ରୁ ଅଷ୍ଟମ, ପୂର୍ବାହ୍ନ ୧୦ରୁ ଏକାଦଶ ପିଲାଙ୍କ ହେବ ପାଠପଢ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଅଷ୍ଟମ ଓ ଏକାଦଶ ଣ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଅଷ୍ଟମ ଶ୍ରେଣୀ ଖୋଲିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି…

ଭୁବନେଶ୍ୱରରୁ ରାଜସ୍ଥାନ, ଗୋଆକୁ ଉଡିବ ବିମାନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଆସନ୍ତା ନଭେମ୍ବର ୨ ତାରିଖରୁ ଏହି ବିମାନସେବା ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ଗତ ସେପ୍ଟେମ୍ବର ୧୭ରେ ଏ ସମ୍ପର୍କରେ ବେସାମରିକ ବିମାନ…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କିଛି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ବସ୍‌ ଭଡ଼ା ବଢ଼ାଇଛନ୍ତି । ସାଧାରଣ ବସଭଡ଼ା କିମି ପିଛା ୮୯ ପଇସାରୁ ୯୨ ପଇସାକୁ…

ସାଙ୍ଗ ସାଜିଥିଲେ ସଇତାନ: ମନୀଷଙ୍କୁ ମାରି ପୋଖରୀରେ ଫିଙ୍ଗି ଦେଇଥିଲେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଉପରୁ ପରଦା ହଟିଛି। ମୃତ୍ୟୁ ପଛର ରହସ୍ୟ ଖୋଲିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ। ତେବେ ମନୀଷଙ୍କ ସାଙ୍ଗମାନେ ହିଁ ସଇତାନ ସାଜିଥିଲେ। ସାଙ୍ଗମାନେ ମନୀଷଙ୍କୁ ହତ୍ୟା…

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ସେ ୭୬ ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ…

ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ…

ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଏ…

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୬।୧୦: ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଶନିବାର ଆରମ୍ଭ ହେଇଛି। ଆଜିଠାରୁ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେବେ। ଏହି ବେଶରେ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ବାଳଧୂପ ନୀତି ହୋଇଥାଏ। ଆଜି ସିଂହଦ୍ୱାର ସମ୍ମୁଖରେ ଗୋଷାଣୀ ଏକାଠି…

ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

୧୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ : କାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଶୁକ୍ରବାର ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲାରେ ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri