ମେଟ୍ରୋ

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ…

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ ଆତ୍ମନିର୍ଭର ଭାରତରେ ପରିଣତ କରିବା ଦୃଷ୍ଟିକୋଣକୁ ନେଇ ଚଳିତବର୍ଷ ପ୍ରଜ୍ଞାପନ ମେଢ଼ର ବିଷୟବସ୍ତୁ ‘ସମୃଦ୍ଧିର…

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ,…

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ…

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।…

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଗଣେଶ୍ୱର ପୁଣି କହିଛନ୍ତି, ସବୁ ଦଳରେ ଝଡ଼ ଅଛି। କେଉଁଠି…

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି ଜୋରସୋରରେ ଜାରି ରହିଛି । ଏହାରି ଭିତରେ ଅମାନିଆଙ୍କୁ ଚେତାବନୀ ଦେଇଛନ୍ତି ଟ୍ବିନ୍‌ ସିଟି…

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି ବାବା ଆକ୍ଷେପ ନେଇ ସେ କହିଛନ୍ତି, ୨ ଜଣ ପୂର୍ବତନ ମନ୍ତ୍ରୀଙ୍କ ସହ ଦେବାଶିଷ…

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାବିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ମାଡ଼ିବସିଲେ ସ୍ଥାନୀୟ ଲୋକେ। ସେମାନଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଘଟଣାକୁ…

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି। ପ୍ରଭାରୀ ବିଜୟ ପାଲ ସିଂତୋମାର, ସହପ୍ରଭାରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଅଛନ୍ତି। ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?