ମେଟ୍ରୋ

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ ରାଜଧାନୀ…

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ…

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ ଖସିଛି।…

ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍‌ କଲେ

ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍‌ସେସ୍‌(କିସ୍‌)ରେ ପଢୁଥିବା ବହୁ ଚର୍ଚ୍ଚିତ ଦାନ ମାଝିଙ୍କ ବଡ଼ ଝିଅ ଚାନ୍ଦିନୀ ମାଝି ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଅନ୍ୟ…

ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍‌ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।…

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଡେଲଟା ପ୍ଲସ ମାମଲା ୪୮ରେ ପହଞ୍ଚିଛି। ମହାରାଷ୍ଟ୍ରରେ ୨୦ ଡେଲଟା ପ୍ଲସ ମାମଲା ଚିହ୍ନଟ…

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର…

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର…

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ ଜୁଲାଇ କିମ୍ବା ଅଗଷ୍ଟ ପରେ କିଭଳି ପରୀକ୍ଷା କରାଯିବ ସେନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri