ମେଟ୍ରୋ

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି…

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୮ଜଣ…

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ, ପ୍ରତୀକ…

ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ(ସିଏସ୍‌ଇ) ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସ…

କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ ପୁଣି…

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା ଅଛନ୍ତି।…

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ସୁନ୍ଦରଗଡ଼,…

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ ଭାକ୍ସିନ…

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି, ଭୋଇସାହି…

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର…

ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀରୁ ବିପୁଳ ବ୍ରାଉନସୁଗାର ଜବତ ହୋଇଛି। ବଡଗଡ ଥାନା ଅନ୍ତର୍ଗତ…

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍‌ଟିଏଫ୍‌ର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?