ମେଟ୍ରୋ

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜ୍ୟରୁ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ରୁ ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡିରୁ ୫୭ ଏବଂ ବରଗଡ଼ରୁ ୩୪ ଜଣ…

ଆଜି ରାଜଧାନୀରୁ ୧୭୧ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୫୩ ଜଣ…

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୧୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୬୨ ଜଣ ଲୋକାଲ କେସ୍‌ ଥିବା…

ରାସ୍ତାରେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିବା ପରେ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌ ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟ ହଷ୍ଟେଲ ବନ୍ଦ ହେବନାହିଁ। ଆଗକୁ କରୋନା ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି…

ଟିଟିଲାଗଡ଼ ରେଳ ଓଭରବ୍ରିଜ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ଟିଟିଲାଗଡ଼,୧୦।୪(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୈର୍ଘ୍ୟ ଏକ ରେଳ ଓଭରବ୍ରିଜ୍‌ (ଆର୍‌ଓବି)ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ…

ଝାଉଁଳିଗଲେଣି କ୍ରୋମ୍‌ ଶିଳ୍ପସଂସ୍ଥା

ଯାଜପୁର ଅଫିସ,୧୦।୪: ଯାଜପୁର ଜିଲାର ସୁକିନ୍ଦା ଅଞ୍ଚଳରେ ଏସିଆର ୯୭% କ୍ରୋମାଇଟ୍‌ ଗଚ୍ଛିତ ରହିଛି। ଏହାସତ୍ତ୍ୱେ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ କ୍ରୋମାଇଟ୍‌ ଉପରେ ନିର୍ଭର କରି ଗଢ଼ିଉଠିଥିବା କାରଖାନାଗୁଡ଼ିକ ବନ୍ଦ ହେବା ପରିସ୍ଥିତିକୁ ଆସିଗଲେଣି। ଏହାର ମୁଖ୍ୟ କାରଣ ହେଉଛି କ୍ରୋମାଇଟ୍‌ର…

ଭିଜିଲାନ୍ସ ଜାଲରେ ବନ ବିଭାଗର କୋଟିପତି କିରାଣ

ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ବନସଂରକ୍ଷକ (ସିସିଏଫ୍‌) କେନ୍ଦୁଲିଫ୍‌ କଟକ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦିଲୀପ ଜେନାଙ୍କ ଘର ଓ ଅଫିସ ସମେତ ୪ ସ୍ଥାନରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସର ୪ଟି ଟିମ୍‌…

୧୮ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଝଡ଼ବର୍ଷା ଯୋଗୁ ପାରଦ ତଳମୁହାଁ ରହିଛି। ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ରହିଛି। ଏଥିଯୋଗୁ ଉପକୂଳ…

୪୦ ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ୨ଲକ୍ଷ ଟିକାକରଣ ଳକ୍ଷ୍ୟ ରଖାଯାଇଛି। ଟିକା ଅଭାବ ସତ୍ତ୍ୱେ ସବୁବର୍ଗର ଟିକାକରଣରେ ଓଡ଼ିଶା ଜାତୀୟ ହାର ତୁଳନାରେ ଆଗରେ ରହିଛି। ଏବେ ରାଜ୍ୟର ଟିକାକରଣ ୪୦ଲକ୍ଷ ଟପିଛି। ଶୁକ୍ରବାର ୧,୯୮,୫୮୮ଜଣଙ୍କୁ ଟିକା ଦିଆଯାଇଥିବାବେଳେ ମୋଟ ୪୧,୮୩,୪୬୬…

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି କମଲ ଜିତ୍‌ ସିଂ

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଫେସର କମଲ ଜିତ ସିଂଙ୍କୁ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ର କୁଳପତି ଭାବେ ନିଯୁକ୍ତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ…

ଭୁବନେଶ୍ୱରେ ୧୫୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୯।୪(ବ୍ୟୁରୋ): ରାଜଧାନୀରେ ପୁଣିଥରେ କାୟା ମେଲାଉଛି କରୋନା। ଶୁକ୍ରବାର ଗୋଟିଏ ଦିନରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୫୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ବିଏମ୍‌ସିର ସୂଚନା ଅନୁଯାୟୀ, ଆକ୍ରାନ୍ତଙ୍କ ମଧ୍ୟରୁ…

ଲକ୍‌ଡାଉନ୍‌ ଚାହୁଁ ନ ଥିଲେ; ରୋଜଗାର ବନ୍ଦ କରିବାକୁ ଚାହୁଁ ନ ଥିଲେ ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦିନକୁ ଦିନ ଜଟିଳ ହେବାରେ ଲାଗିଛି କରୋନା ସ୍ଥିତି। ଦେଶର କିଛି ସ୍ଥାନରେ କରୋନାର ତୃତୀୟ ଲହର ଚାଲିଥିବା ବେଳେ ଓଡ଼ିଶାରେ ଦ୍ୱିତୀୟ ଲହର ଚାଲିଛି। ଏଣୁ ଆମକୁ କେତେ ଲହର ମୁକାବିଲା କରିବାକୁ ପଡ଼ିବ, କେହି ଜାଣି ନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?