ମେଟ୍ରୋ

ଗାଁଗୁଡିକରେ ପୁଣି ସକ୍ରିୟ ହେବ କୋଭିଡ ପରିଚାଳନା କମିଟି: ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦିଆଯିବ ଦାୟିତ୍ୱ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗାଁଗୁଡିକରେ ପୁଣି କୋଭିଡ ପରିଚାଳନା କମିଟି ସକ୍ରିୟ ହେବ। ତେବେ ସ୍ଥିତି ଦେଖି ଲକ୍‌ଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ। ସୋମବାର ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଏହା କହିଛନ୍ତି। ତେବେ ରାଜ୍ୟରେ ତିନି…

ଲିଙ୍ଗରାଜ ସେବାୟତ କରୋନା ପଜିଟିଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ପୁଣି ଥରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାରି ଭିତରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ…

କରୋନା ସଂକ୍ରମଣ ବୃଦ୍ଧି ପରେ ତତ୍ପର ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଛି। ଏଥିରେ ଏସ୍‌ଆର୍‌ସି, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିବା ବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମସ୍ତ ଜିଲାପାଳଙ୍କ ସହ…

ଦୋଳ କଟକଣା ଆହୁରି କଡ଼ା କଲା ବିଏମ୍‌ସି: ଜାଣନ୍ତୁ କ’ଣ କରାଗଲା…

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଓଡ଼ିଶାରେ କରୋନା ଗ୍ରାଫ୍‌ ଧୀରେ ଧୀରେ ଉପରମୁହାଁ ହେବାରେ ଲାଗିଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଦୋଳ ଓ ହୋଲି ପାଇଁ…

ପୁଣି ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନା: ଆଜି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ, ଦ୍ୱିତୀୟରେ କଟକ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୯୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୭ ଜଣ ଚିହ୍ନଟ…

ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଏବଂ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଏହି ଶିକ୍ଷାନୁଷ୍ଠାନକୁ ବିଏମ୍‌ସି ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଶିକ୍ଷାନୁଷ୍ଠାନର ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେଶନରେ ରହିବାକୁ…

ରାଜଧାନୀରେ ପ୍ରଥମ ମୁକ୍ତାକାଶ ପାଠାଗାର

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବର୍ତ୍ତମାନର ଡିଜିଟାଲ୍‌ ଯୁଗରେ ଛାତ୍ରୀଛାତ୍ର ତଥା ଯୁବପିଢିଙ୍କ ଭିତରେ ପୁସ୍ତକ ପଠନ ଆଗ୍ରହକୁ ବଢାଇବା ପାଇଁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ଖୋଲିଛି ପ୍ରଥମ ମୁକ୍ତାକାଶ ପାଠାଗାର। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଏକ ଅଭିନବ ପଦକ୍ଷେପ ଗ୍ରହଣ…

ପଦକ୍ଷେପ ବଦଳରେ ଦୋଷୀକୁ ଦୟା

ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ ବ୍ରହ୍ମେଶରବାଗ ଅଞ୍ଚଳରେ ଏକ ନିର୍ମାଣାଧୀନ ସ୍ବେରେଜ ଲାଇନ୍‌ ଚାମ୍ବରରେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ଏହି ସ୍ବରେଜ ଲାଇନ୍‌ କାର୍ଯ୍ୟ ଓ୍ବାଟର କର୍ପୋରେଶନ ଅଫ୍‌ ଓଡିଶା(ଓ୍ବାଟକୋ) କରୁଥିବାବେଳେ ଲକ୍ଷ୍ମୀ କନଷ୍ଟ୍ରକ୍ସନ ଠିକା ନେଇଛି।…

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଣୀ ଚିକିତ୍ସକ

ଭୁବନେଶ୍ୱର, ୨୨ା୩ (ବ୍ୟୁରୋ):କାର୍ଯ୍ୟରତ ପ୍ରାଣୀ ଚିକିତ୍ସକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତୁରନ୍ତ ଆଇନ ପ୍ରଣୟନ ସମେତ ବିଭିନ୍ନ ଦାବି ନେଇ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ। ସଂଘ ଅଭିଯୋଗ କରିଛି ଯେ, ପ୍ରାଣୀଚିକିତ୍ସକମାନେ ବାକ୍‌ଶକ୍ତିହୀନ ପ୍ରାଣୀମାନଙ୍କର…

ହିଙ୍ଗୁଳା ଖଣିରୁ କୋଇଲା ଚୋରି ଧରିଲା ଏସ୍‌ଟିଏଫ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜ୍ୟରେ ଥିବା ବିଭିନ୍ନ ଖଣିରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ଚୋରା ଚାଲାଣ ହେଉଛି। ଗତ କିଛିଦିନ ତଳେ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ) ଅନୁଗୋଳ ଅଞ୍ଚଳରୁ ୪୦ ଟନ୍‌ ଚୋରା କୋଇଲା ଓ ୨ ଟ୍ରକ୍‌ ଜବତ କରିଥିବାବେଳେ…

ସଂକ୍ରମିତ ରକ୍ତ ଚିହ୍ନଟରେ ନାଟ୍‌-ପିସିଆର ପଦ୍ଧତି ସଫଳ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ସଂଗୃହୀତ ରକ୍ତକୁ ରୋଗୀଙ୍କୁ ଦେବା ପୂର୍ବରୁ ତାହାକୁ ବିଭିନ୍ନ ପର୍ଯ୍ୟାୟରେ ପରୀକ୍ଷାନିରୀକ୍ଷା କରାଯାଇଥାଏ। ଉକ୍ତ ରକ୍ତ ମ୍ୟାଲେରିଆ, ସିଫିଲିସ୍‌, ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଓ ସି ଆଦି ଦ୍ୱାରା ସଂକ୍ରମିତ କି ନୁହେଁ, ତାହାର ଚିହ୍ନଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। କାରଣ…

ଚାଉଳ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ

ଭୁବନେଶ୍ୱର, ୨୨ା୩(ବ୍ୟୁରୋ): ବିଗତ ଦୁଇ ଦଶନ୍ଧିରେ ରାଜ୍ୟ ସରକାରଙ୍କ ଦ୍ବାରା ଜଳସେଚନର ସୁବିଧା ଓ ସମୟୋଚିତ ଯୋଜନା ଫଳରେ ରାଜ୍ୟ କୃଷି କ୍ଷେତ୍ରରେ ପ୍ରଭୂତ ଉନ୍ନତି ହାସଲ କରିଛି। ଖାଦ୍ୟଶସ୍ୟ ଓ ଅନ୍ୟ କୃଷିଜାତ ଦ୍ରବ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?