୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା...
ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ
ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା...
୫ କୋଟିର ବ୍ୟାଙ୍କ ଠକେଇ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ...
ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର ୧୨ ଦିନ ପରେ ଘଟଣାର ପର୍ଦ୍ଦାଫାଶ କରିଛି ସିସିଟିଭି। ଦୁଇ କୁକୁର ସାପ...
ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧...
ପେଟ୍ରୋଲ ୧୧ ପଇସା ବଢ଼ିଲା
ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧...
ଅସହ୍ୟ ହେଉଛି ପରିବା ଦର
ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି।...
ଉଛୁଳୁଛି ନଦନଦୀ
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହିତ ବହୁ ଲୋକ ଜଳବନ୍ଦୀ ହୋଇଛନ୍ତି।...
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୦୩ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ଗଞ୍ଜାମରୁ ୨୦୪, ରାୟଗଡାରୁ ୧୮୦, ସମ୍ବଲପୁରରୁ ୧୪୯, ନୟାଗଡରୁ ୧୩୫, ବାଲେଶ୍ୱରରୁ ୧୩୨, ମୟୂରଭଞ୍ଜରୁ...
ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର
ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍ଇଇଟି ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୭ଟି ସ୍ଥାନରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି।...
ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨। ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି...
ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି।...
Archives


