ମେଟ୍ରୋ

ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୭ଟି ସ୍ଥାନରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟରୁ…

ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨। ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାରୁ…

ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି। ସେ…

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧାରୁ…

CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୪୧ ଜଣ ଚିହ୍ନଟ…

୧୫ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ

ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁରୁବାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ…

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ…

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି, ସରକାରଙ୍କ…

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି…

ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍‌ସିକ୍‌ ଲ୍ୟାବ୍‌ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ ୫ ଘଣ୍ଟା ଧରି ଏହି ଟେଷ୍ଟ ହୋଇଥିବା ବେଳେ ବିଦ୍ୟାଶ୍ରୀଙ୍କୁ ୭୦ ପ୍ରଶ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?