ମେଟ୍ରୋ

ବନ୍ଧୁକ ବେପାରରେ ଝାଡ଼ଖଣ୍ଡ ଛାତ୍ର, କୋଟିପତିଙ୍କ ପୁଅ

ଭୁବନେଶ୍ୱର, ୧୧ା୨(ବ୍ୟୁରେ): କମିଶନରେଟ ପୋଲିସ ଇଲାକାରେ ଖୁଲମ୍‌ଖୁଲା ଚାଲିଛି ଚୋରା ବନ୍ଧୁକ କାରବାର। ଚେର ଲମ୍ବିଛି ବିହାରରୁ ଭୁବନେଶ୍ୱର। ଛାତ୍ର ଓ କୋଟିପତି ଘରର ପିଲା କରୁଛନ୍ତି ଏହି ବେଆଇନ ବେପାର। ପାଠପଢ଼ା ବୟସରେ ହାତରେ ଧରୁଛନ୍ତି ବନ୍ଧୁକ, ଆଉ ଗୁଳି।…

ଆରମ୍ଭ ହେଲା ଗୋଲ୍ଡେନ୍‌ ଟ୍ରାଇଙ୍ଗଲ୍‌ ଫିଲ୍ମ ଫେଷ୍ଟିଭାଲ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଗୋଲ୍ଡେନ୍‌ ଟ୍ରାଇଙ୍ଗଲ୍‌ ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ଗୋଲ୍ଡେନ୍‌ ଟ୍ରାଇଙ୍ଗଲ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲର ପଞ୍ଚମ ସଂସ୍କରଣ ସୋମବାର ସୂଚନା ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଚଳଚ୍ଚିତ୍ର ଉତ୍ସବରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର…

ଓଡ଼ିଶୀ ନୃତ୍ୟରେ ଗୁରୁ କେଳୁଚରଣଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୁଣା ଭୁବନେଶ୍ୱର,୧୧ା୨(ଡି.ଏନ୍‌.ଏ.): ଐତିହାସିକ ଧଉଳି ପାହାଡ ପାଦଦେଶରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି ୧୬ଶ ଧଉଳି କଳିଙ୍ଗ ମହୋତ୍ସବ। ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ପରିବେଷିତ ହୋଇଥିଲା ଓଡ଼ିଶୀ ନୃତ୍ୟ ପଲ୍ଲବି, ଯାହା ରାଗ ଶଙ୍କରାଭରଣ ଓ ହଂସଧ୍ୱନି ଏବଂ ତାଳ…

‘କ୍ଷୁଦ୍ର ଶିଳ୍ପକୁ ପ୍ରୋତ୍ସାହନ ଦେବା ଭଳି ପରିବେଶ କରାଯାଇନାହିଁ’

କଟକ ଅଫିସ, ୧୧ା୨: ବାଣିଜ୍ୟରେ ଓଡ଼ିଶାର ଇତିହାସ ହଜାର ବର୍ଷ ପୁରୁଣା। ସେହି ସମୟରେ ଅନ୍ୟ ରାଜ୍ୟଠାରୁ ଓଡ଼ିଶା ବାଣିଜ୍ୟ କ୍ଷେତ୍ରରେ ବହୁ ଆଗରେ ଥିଲା। ଇତିମଧ୍ୟରେ ମଣିଷର ଚରିତ୍ର ଓ ଚାହିଦା ବଦଳି ଗଲାଣି। ସ୍ବାଧୀନତାଠାରୁ ଏବେ ପର୍ଯ୍ୟନ୍ତ ଏପରି…

ପରୀକ୍ଷାଜନିତ ଚାପ ହ୍ରାସ କରିବ ‘ପରୀକ୍ଷା ପର୍ବ’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଆଉ ଅଳ୍ପଦିନ ରହିଲା ଦଶମ ଓ ଯୁକ୍ତ୨ ପରୀକ୍ଷା। ପରୀକ୍ଷାକୁ ନେଇ ମାତାପିତାମାନେ ଚିନ୍ତିତ ହେଉଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ, ଅବସାଦ ଏବଂ ଆତ୍ମହତ୍ୟା ଭଳି ବିଚାର ଉତ୍ପନ୍ନ ହୋଇଥାଏ। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ…

ସୁସ୍ଥ ହୋଇ ଫେରିଲେ ଘନଶ୍ୟାମ, ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ମସ୍ତିଷ୍କ ମୃତ୍ୟୁ ଘଟିଥିବା ଗଞ୍ଜାମର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କ କିଡ୍‌ନୀକୁ ସଫଳତାର ସହ ପ୍ରତିରୋପଣ କରାଯିବା ପରେ ଘନଶ୍ୟାମ ଜେନା ଏକ ନୂଆ ଜୀବନ ପାଇଛନ୍ତି। ଗତ ୪ ତାରିଖରେ ଆପୋଲୋ ହସ୍ପିଟାଲରେ ଦୀର୍ଘ ୬ଘଣ୍ଟା ଅସ୍ତ୍ରୋପଚାର ହୋଇଥିଲା।…

ନୂଆ ରୂପ ନେବ ଶିଳ୍ପୀଗ୍ରାମ ରଘୁରାଜପୁର

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପରେ ରଘୁରାଜପୁରର ବିକାଶ ଲାଗି ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ଶିଳ୍ପୀଗ୍ରାମ ଭାବେ ପରିଚିତ ପୁରୀ ଜିଲାର ରଘୁରାଜପୁରକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଦେବାକୁ…

ହଟିଲା ହୋର୍ଡିଂ, ଭାଙ୍ଗିଲା ୪୦ ଦୋକାନ

ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ବିଗତ କିଛି ମାସ ହେବ ଭୁବନେଶ୍ୱରରେ ଜବରଦଖଲ ଉଚ୍ଛେଦ ଜୋର୍‌ଦାର ଚାଲିଛି। ସହରକୁ ସମ୍ପୂର୍ଣ୍ଣ ଜବରଦଖଲ ମୁକ୍ତ ଲକ୍ଷ୍ୟ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ କମିଶନରେଟ ପୋଲିସର ମିଳିତ…

ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ପ୍ରସ୍ତାବ ଦେଲେ ସସ୍ମିତ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସୋମବାର ଗୃହରେ ଯୁକ୍ତି ଉପସ୍ଥାପନ କରିଛନ୍ତି। ଓଡ଼ିଶାକୁ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ଏବଂ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ବିଜୁ…

ବସ୍‌ ଦୁର୍ଘଟଣା ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ: ଶକ୍ତିମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ, ଭାଜପା

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଗଞ୍ଜାମ ଜିଲା ମେଣ୍ଡରାଜ୍‌ପୁରଠାରେ ରବିବାର ଏକ ବସ୍‌ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ୧୦ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଗୁରୁତର ଆହତ ହୋଇଛନ୍ତି। ରାଜ୍ୟରେ ଏଭଳି ମର୍ମନ୍ତୁଦ ଘଟଣା ବାରମ୍ବାର ଘଟିବା ସତ୍ତ୍ୱେ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ…

କାର୍ଯ୍ୟରେ ଅବହେଳା ଯୋଗୁ ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ କ୍ଷେତ୍ରବାସୀ ଗୋଚ୍ଛାୟତଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଲମ୍ବନ କରାଯାଇଛି। ତାଙ୍କ ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗତ ଜାନୁୟାରୀ ୨୧ରେ ନଅତାଲାସ୍ଥିତ ଉଚ୍ଚଶିକ୍ଷା…

ଓଏଚ୍‌ଆର୍‌ସିରେ ଗୋଳନ୍ଥରା ବସ୍‌ ଟ୍ରାଜେଡି ମାମଲା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଓ ଆହତଙ୍କୁ ୨ ଲକ୍ଷ କ୍ଷତିପୂରଣ ଦାବି କଲା ସମାଜବାଦୀ ପାର୍ଟି

ଭୁବନେଶ୍ୱର,୧୧ା୨(ବ୍ୟୁରେ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଗ୍ରାମରେ ୧୧ କେଭି ବିଦ୍ୟୁତ ତାର ବସ୍‌ରେ ଲାଗିଯିବାରୁ ନିର୍ବନ୍ଧ ପାଇଁ ଯାଉଥିବା ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୨ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା ପାଇଁ ବିଦ୍ୟୁତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri