ମେଟ୍ରୋ

ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂଙ୍କୁ ପୃଥକ ପୃଥମ ଭାବେ ଚିଠି…

୧୫ ଦିନ ମଧ୍ୟରେ ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କର; ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ ଲାଗୁଛି। ଏହାର ଫାଇଦା ଉଠାଉଛନ୍ତି ଦଲାଲ। ବିଭିନ୍ନ କାର୍ଯ୍ୟ କରାଇଦେବା ନାମରେ ଦଲାଲମାନେ ସାଧାରଣଲୋକଙ୍କଠାରୁ ମୋଟା ଅଙ୍କର ଟଙ୍କା ନେଉଛନ୍ତି।…

ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୋପାଳପୁରସ୍ଥିତ ଗୋଳାବନ୍ଧଠାରେ ଥିବା ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି। ଶୁକ୍ରବାର…

ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ୬୦ ଲକ୍ଷ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ, ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବୀକରଣ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ସହ ବରମୁଣ୍ଡା…

ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍‌ ଇଣ୍ଡିଆ ସ୍କିଲ୍‌ କମ୍ପିଟିଶନ୍‌ ଫର୍‌ କ୍ରାଫ୍ଟସମେନ୍‌)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ ଓଡ଼ିଆ ବିକାଶ ଚନ୍ଦ୍ର ନାୟକ ଏବଂ ସଦାଶିବ ସାମନ୍ତରାୟ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ…

ଡାକ୍ତରଖାନାରେ ଦଲାଲରାଜ ନେଇ ମୁଖ୍ୟମନ୍ତ୍ରୀ ଖପ୍ପା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ସରକାରୀ ହସ୍ପିଟାଲରେ ଦଲାଲ ଏବଂ ମଧ୍ୟସ୍ଥଙ୍କ ପାଦୁର୍ଭାବ ବୃଦ୍ଧିକୁ ନେଇ ଗଭୀର ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟସ୍ଥଙ୍କ କବଳରୁ ମୁକ୍ତ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାର ଏସ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର…

୩୦ରୁ ବିଦ୍ୟୁତ୍‌ କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ବିଦ୍ୟୁତ୍‌ ବିଭାଗରେ ସଂସ୍କାର ପାଇଁ ଆମୂଳଚୂଳ ପରିବର୍ତ୍ତନ କରାଯିବାର ୨୪ ବର୍ଷ ପୂରିଲା। ହେଲେ କର୍ମଚାରୀଙ୍କ ପାଇଁ ସର୍ଭିସ ରେଗୁଲେଶନ ହୋଇପାରିଲା ନାହିଁ। ସର୍ଭିସ ରେଗୁଲେଶନ ନ ଥିବାରୁ କର୍ମଚାରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଇଟିଆଇ ତାଲିମପ୍ରାପ୍ତ…

ଛେନାଝିଲ୍ଲି ପାଇଁ ଜିଆଇ ଟ୍ୟାଗ୍‌: ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶାର ରସଗୋଲାକୁ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମିଳିବା ପରେ ଏବେ ନିମାପଡ଼ା ପ୍ରସିଦ୍ଧ ଛେନାଝିଲ୍ଲିକୁ ଜିଆଇ ଟ୍ୟାଗ୍‌ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଆବେଦନ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଗତଥର ରସଗୋଲାର ଜିଆଇ…

ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର, ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଏଣିକି ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର। ପିଲାଙ୍କୁ ଛାତ୍ରଜୀବନରୁ ସ୍ବଚ୍ଛତା ପାଇଁ ସଚେତନ କରାଇବା ଏବଂ ବିଦ୍ୟାଳୟରେ ସ୍ବଚ୍ଛ ପରିବେଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରୟାସ ଆରମ୍ଭ କରିଛି। ଏନେଇ ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ଦେବାକୁ…

ଆଶୀର୍ବାଦଙ୍କ ଜାମିନ ଆବେଦନ ପୁଣି ଖାରଜ: ଓସିଏ ନିର୍ବାଚନରେ ମତଦାନ ପାଇଁ ଚିଠି ଲେଖିଲେ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଜିଲା ଦୌରା ଜଜ୍‌ ତାଙ୍କ ଜାମିନ…

ଓମଫେଡ୍‌ କ୍ଷୀର ଲିଟର ପିଛା ୪ଟଙ୍କା ବଢିଲା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଓମଫେଡ୍‌ କ୍ଷୀର ଲିଟର ପିଛା ୪ ଟଙ୍କା ବୃଦ୍ଧି କରାଯାଇଛି। ଆସନ୍ତା ୨୭ରୁ ଏହି ଦର ଲାଗୁ ହେବ ବୋଲି ଓମଫେଡ ପକ୍ଷରୁ କୁହାଯାଇଛି। ଗୋପାଳନ ଏବଂ ଦୁଗ୍ଧ ଉତ୍ପାଦନରେ ଖର୍ଚ୍ଚ ବୃଦ୍ଧି ଯୋଗୁ ଦୁଗ୍ଧର ମୂଲ୍ୟ ବୃଦ୍ଧି…

ବାଜ୍ୟାପ୍ତି ହେବ ରାଜାଙ୍କ ବହୁ କୋଟି ଟଙ୍କାର ବେଆଇନ ସମ୍ପତ୍ତି: ଇଣ୍ଟରନ୍ୟାଶନାଲ ଲିଙ୍କ୍‌ ନେଇ ମିଳିଲା ପ୍ରମାଣ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଧୂଳିସାତ୍‌ ହେବ ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ତାଙ୍କୁ ୭ ଦିନିଆ ରିମାଣ୍ଡରେ ଆଣି ବହୁ ତଥ୍ୟ ହାସଲ କରିବା ପରେ ଏବେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?