ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ
କଣାସ, ୨।୬(ଡି.ଏନ୍.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର ଖରାଟିଆ ଧାନ, ମୁଗ ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗ ଆକଳନରୁ…
ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ ହୋଇଥିବା…
ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର ଜିଲା…
ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ
ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନୟାଗଡ଼ କଣ୍ଟିଲୋ ଅଞ୍ଚଳର ଦିଲୀପ କୁମାର ସାହୁ। ଦିଲୀପଙ୍କୁ ମଦ ପିଇବାକୁ…
ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼
ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା…
ଗୋପାଳ ପଣ୍ଡା ପାଇବେ ନାଲ୍କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଚଳିତବର୍ଷ ‘ନାଲ୍କୋ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ସ୍ମାରକୀ ସମ୍ମାନ’ ପାଇବେ ଓଡ଼ିଶୀ କଣ୍ଠଶିଳ୍ପୀ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା। ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେଶନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ହେବାକୁ ଥିବା ବାଳକୃଷ୍ଣ ଦାଶଙ୍କ ୯୬ତମ…
ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍ମାସ୍) ତଥା ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ଶନିବାର ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍ଘାଟିତ ହୋଇଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ…
୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ ଏୟାର ଏହି ସେବା ପ୍ରଦାନ କରିବ। ସକାଳ ୯ଟା ୫ରୁ ଭୁବନେଶ୍ୱର ବିମାନବନ୍ଦରରୁ…
ଶିକ୍ଷକ ସ୍ବାମୀକୁ ଲଣ୍ଡା, ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ; ଲଜ୍ଜାରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଜଣେ ଶିକ୍ଷକଙ୍କୁ ଲୋକେ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଛନ୍ତି। ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧିରୁକିଟି ବସ୍ତିରେ କିଛିଦିନ ତଳେ ଘଟିଥିବା ଏହି ସ୍ପର୍ଶକାତର ଘଟଣାର ଭିଡିଓ ଏବେ ଭାଇରାଲ ହୋଇଛି।…
ବିଭିନ୍ନ ସହରରେ ଅଗ୍ନିଶମ ବିଭାଗର ଚଢ଼ାଉ: କୋଚିଂ ସେଣ୍ଟରଗୁଡ଼ିକରେ ବିପଜ୍ଜନକ ସ୍ଥିତି, ଏଷ୍ଟିଂଗୁଇସର ଝୁଲାରେ ସୀମିତ ରହିଛି ଆଇନ
ଭୁବନେଶ୍ୱର, ୨ା୬(ବ୍ୟୁରୋ)-ଗୁଜରାଟର ସୁରଟରେ କୋଚିଂ ସେଣ୍ଟର ଅଗ୍ନିକାଣ୍ଡ ପରେ ଏବେ ଓଡ଼ିଶା ଅଗ୍ନିଶମ ବିଭାଗ ତତ୍ପର ହୋଇଉଠିଛି। ଗୃହ ବିଭାଗର ନିର୍ଦ୍ଦେଶ ପରେ ରାଜ୍ୟରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଚଢାଉ ଆରମ୍ଭ ହୋଇଛି। ଶନିବାର ରାଉରକେଲାରେ ୧୩ଟି, ବାଲେଶ୍ୱର, ସମ୍ବଲପୁର…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର…
ଆଜି ପହଞ୍ଚିବ କଳ୍ପନାଙ୍କ ମରଶରୀର: କଳିଙ୍ଗ ଷ୍ଟାଡିୟମ୍ରେ ଏକ ଘଣ୍ଟା ରହିବ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଶୁକ୍ରବାର ସନ୍ଧ୍ୟାରେ ଆସିବାର ଥିଲା, ହେଲେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚତ୍ଥିଲା। ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର…
Archives


