ମେଟ୍ରୋ

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସ୍ପେଶାଲ୍‌ ଲିଭ୍‌ ପିଟିସନ୍‌ ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଏହା ସହ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦ କରାଯିବ। ତେଣୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ ରାଜ୍ୟବାସୀ ହେଉଛନ୍ତି ମାଲିକ। ଦୁଃଖର ବିଷୟ ବିନା ଆଲୋଚନାରେ ପାର୍ଲାମେଣ୍ଟରେ ଏହି ଗୁରୁତ୍ୱପୂର୍ଣ୍ଣ…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି ଜାରି ରଖି ସୋମବାର ରାତିରେ ମ୍ୟାନ୍‌ମାରର ୟାଙ୍ଗୁନ୍‌ ଓ…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ ହେବ ଉଭୟ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଆପୋସ ବୁଝାମଣା ଭିତରେ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ମଙ୍ଗଳବାର ଏହାର ଶୁଣାଣି ହେବାର ଅଛି। ଡିଜିପି ଚୟନ ନେଇ ରାଜ୍ୟ ସରକାର…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ବର୍ତ୍ତମାନ ଏକ ସ୍ପଷ୍ଟ ଅବପାତର ରୂପ ନେଇସାରିଛି। ପାଣିପାଗ ବିଭାଗର…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକରେ ମୋଟ ୧,୭୪୧ଟି ଭୁଲ ଚିହ୍ନଟ ହୋଇଛି। ବିଶେଷ କଥା ହେଉଛି, ଏହି…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?