ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩
ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୮ଟାରୁ ଅପରାହ୍ନ ୩ଟା ଯାଏ ରାସ୍ତାଘାଟ ଶୂନଶାନ୍…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ
ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍ ଏବଂ ଫିକ୍ସ…
କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ।
ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ
କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ ରହୁନାହାନ୍ତି। ଥରେ ଦୁଇ ଥର ନୁହେଁ, ବହୁ ଥର ଏପରି ହେଉଛି। ଯଦ୍ୱାରା ମାମଲାର…
୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା
ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ ୧୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ତାଠାରୁ ଅଧିକ ରହିଛି। ଚଳିତ ବର୍ଷ ରାଜ୍ୟରେ…
ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ
କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ ଚୟନରେ ଖପ୍ପା ହୋଇ ଫେରାଇଛନ୍ତି ଟିକେଟ୍। ବିଭୁତି ମିଶ୍ରଙ୍କୁ ଲୋକ ସଭା ପ୍ରାର୍ଥୀ କରାନଯିବାରୁ…
ଭାଜପା ଛାଡ଼ିଲେ ଅମୀୟ ଦାଶ
ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା ଛାଡ଼ି ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି। ଦୁଇ ଥର ଜିଲା ସଭାପତି…
ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…
ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର କୌଣସି ଦଳ ନାହିଁ। ଆଉ ଚଳିତ ନିର୍ବାଚନ ଲଢିବି କି ନାହିଁ ଜାଣିନି’। କିନ୍ତୁ…
ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ ଆସନ୍ତାକାଲି ଅର୍ଥାତ ବୁଧବାର ମଧ୍ୟ କଟକକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…
ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ
ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟପଟେ, ସାଢ଼େ ୧୧ ସୁଦ୍ଧା ତାପମାତ୍ରା ୪୪ ଟପିଛି। ବାଲେଶ୍ବର…
ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ
ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…
ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍: ୩ ଆହତ
ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ…
Archives


