ଜାତୀୟ

ବଦଳିଗଲେ ମାଳଦ୍ୱୀପ ରାଷ୍ଟ୍ରପତି: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ୍‌’, ଆଉ ଏବେ ‘ଥ୍ୟାଙ୍କ୍‌ ୟୁ’

ନୂଆଦିଲ୍ଲୀ/ମାଲେ: ଆଜିକାଲି ମାଳଦ୍ୱୀପ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ପ୍ରଦାନ କରି ମାଳଦ୍ୱୀପକୁ ପୁଣିଥରେ ଏକ ବର୍ଷ ପାଇଁ ୫୦ ମିଲିୟନ ଡଲାରର ସରକାରୀ ଟ୍ରେଜେରୀ ବିଲର ସଦସ୍ୟତାକୁ ବୃଦ୍ଧି କରିଛି। ଚଳିତ ବର୍ଷ…

ଭାରତରେ ହେବାକୁ ଥିଲା କ୍ୱାଡ୍‌ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍‌ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଅବଶ୍ୟ ଆମେରିକା କ୍ୱାଡ୍‌ ସମ୍ମିଳନୀ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛି,…

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍‌ ଅଫ୍‌ ଦ ଫ୍ୟୁଚର୍‌’କୁ ସମ୍ବୋଧିତ…

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି। ଷ୍ଟାଣ୍ଡ୍‌ଅପ କମେଡିଆନ୍‌ କୁନାଲ କାମରାଙ୍କ ଆବେଦନର ଶୁଣାଣି କରି ଶୁକ୍ରବାର ବମ୍ବେ ହାଇକୋର୍ଟ ଏହାକୁ…

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ ଉପରେ ଖାଦ୍ୟ ନିୟନ୍ତ୍ରକମାନଙ୍କ ଲଗାମ ରହୁନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଅଧନୋମ୍‌…

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ ରିପୋର୍ଟ ମାଗିଛନ୍ତି। ବିଚାରପତି ଶୁଣାଣି ବେଳେ ବେଙ୍ଗାଲୁରୁର ଏକ ମୁସଲମାନ ବହୁଳ ଅଞ୍ଚଳକୁ ‘ପାକିସ୍ତାନ’…

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ସବିଶେଷ ରିପୋର୍ଟ ମାଗିଛନ୍ତି। ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ…

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ…

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ସେ ଆବେଦନରେ ଦର୍ଶାଇଛନ୍ତି, ଯେ ଲଡୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଓ ମାଛ…

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା ପରିତ୍ୟାଗ ନ କରନ୍ତି, ତେବେ ଲାଲ୍‌ ଆତଙ୍କର ମୂଳୋତ୍ପାଟନ କରିବାକୁ ଅଭିଯାନ ଆରମ୍ଭ ହେବ…

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ…

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?