ଜାତୀୟ

ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଚଣ୍ଡିଗଡ଼,୨୯।୮: ହରିୟାଣାର ବଲ୍ଲଭଗଡ଼ର ଆସୋଟିଠାରେ ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ସକାଳ ୭ଟା ୪୩ରେ ଏକ୍ସପ୍ରେସ୍‌ର ବ୍ରେକ୍‌ ବାଉଣ୍ଡିଙ୍ଗ୍‌ରେ ନିଆଁ ଲାଗିଥିବା ରେଳବିଭାଗ ପକ୍ଷରୁ କୁହାଯାଇଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

ଜମ୍ମୁର ୫ ଜିଲାରେ ମୋବାଇଲ ସେବା ଆରମ୍ଭ

ଜମ୍ମୁ,୨୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଅଗଷ୍ଟ ୫ରୁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା। ଏମିତିକି ମୋବାଇଲ୍‌, ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ହେଲେ ଗୁରୁବାର ଏଠାରେ ଜମ୍ମୁ ସମେତ ୫ ଜିଲାରେ ମୋବାଇଲ ସେବା…

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌ ଦେବା ଆରମ୍ଭ କରିଛି। ଏଥିପାଇଁ ଖାଇବର ପାସ୍ତୁନଖ୍ବାରେ ଏକ ତାଲିମ୍‌ ଶିବିର ଖୋଲା ଯାଇଛି।…

ଭାରତର ଗ୍ୟାସ ଆଧାରିତ ଅର୍ଥନୀତି, ଅଷ୍ଟ୍ରେଲିଆ ନେବ ଗୁରୁତ୍ୱପୂର୍ଣ୍ଣ ଭୂମିକା: ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୨୯।୮: ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ରୂପାନ୍ତରିତ କରିବା ଲାଗି ଅଷ୍ଟ୍ରେଲିଆ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ। ଅଷ୍ଟ୍ରେଲିଆରୁ ଭାରତକୁ ଏଲ୍‌ଏନ୍‌ଜି ଆମଦାନୀ ବଢିବାର ସମ୍ଭାବନା ସମ୍ପର୍କରେ ଆଲୋଚନା କରି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି।…

ଏସିଡ୍‌ ଆକ୍ରମଣରେ ୨୧ ଗୁରୁତର

ହାଜିପୁର, ୨୯ା୮(ପି.ଟି.): ବିହାରର ବୈଶାଳୀ ଜିଲା ଅନ୍ତର୍ଗତ ଦୌଡ଼ନଗର ଗ୍ରାମରେ ଘରୋଇ କଳିକୁ ନେଇ ଏସିଡ୍‌ ଆକ୍ରମଣ ହୋଇଛି। ଏଥିରେ ୩ ମହିଳାଙ୍କ ସମେତ ୨୧ ଜଣ ଆହତ ହୋଇଛନ୍ତି। ପିଲାକଳିକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ାରୁ ଏସିଡ୍‌ମାଡ଼ ହୋଇଥିବା…

ମନ୍ତ୍ରୀଗୋଷ୍ଠୀ ଗଠନକୁ ସରକାରଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଜମ୍ମୁ-କଶ୍ମୀର ଏବଂ ଲଦାଖ ଅକ୍ଟୋବର ୩୧ରୁ କେନ୍ଦ୍ରଶାସିତ ଅଞ୍ଚଳ ହେବାକୁ ଯାଉଥିଲାବେଳେ ସେଠାକାର ବିକାଶ, ଅର୍ଥନୀତି, ସାମାଜିକ ପ୍ରସଙ୍ଗଗୁଡିକୁ ଅନୁଧ୍ୟାନ କରିବା ଲାଗି ସରକାର ବୁଧବାର ଏକ ମନ୍ତ୍ରୀଗୋଷ୍ଠୀ ଗଠନ କରିଥିବା ଖବର ପ୍ରକାଶ ପାଇଥିଲା। ପରେ ଏହି ଖବରକୁ…

ବିଏସ୍‌ପି ମୁଖ୍ୟ ଭାବେ ମାୟାବତୀ ପୁନଃ ନିର୍ବାଚିତ

ଲକ୍ଷ୍ନୌ, ୨୯ା୮(ପି.ଟି.): ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ମୁଖ୍ୟ ଭାବେ ପୁଣି ଥରେ ମାୟାବତୀ ବୁଧବାର ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ଦଳର କେନ୍ଦ୍ରୀୟ କାର୍ଯ୍ୟକାରୀ କମିଟି ବୈଠକରେ ବରିଷ୍ଠ ନେତାଙ୍କ ସହ ପ୍ରଦେଶ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ରହି ତାଙ୍କୁ ଜାତୀୟ…

ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ତଲବ

ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍‌ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା ପରେ ରାଜନୀତି ଜୋର୍‌ ଧରିଛି। ୟୁପି ମହିଳା କମିଶନ ଅଧ୍ୟକ୍ଷା ବିମଳା ବାଥାମ୍‌ ଏ…

ଜମ୍ମୁ-କଶ୍ମୀର ଖବରଦାତାଙ୍କ ଉପରେ କଟକଣା: କେନ୍ଦ୍ର,ରାଜ୍ୟକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ଖବରଦାତାମାନଙ୍କ ଯୋଗାଯୋଗ ମାଧ୍ୟମକୁ ବନ୍ଦ କରାଯିବା ସମେତ ସେମାନଙ୍କ ଉପରେ ଲାଗୁ ହୋଇଥିବା କଟକଣା ଉଠାଇଦେବା ପାଇଁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ନିଜ ଗୋଡ଼କୁ ଗୁଳି କରୁଛି ଭାରତ

ଶ୍ରୀନଗର,୨୯ା୮(ପି.ଟି.): ସମୟ ଗଡ଼ିଚାଲିବା ସହ କଶ୍ମୀରରେ ଭାରତର କାର୍ଯ୍ୟାନୁଷ୍ଠାନ ବଢ଼ିବାରେ ଲାଗିଛି। ଫୋନ୍‌ଲାଇନ୍‌ ଓ ଇଣ୍ଟରନେଟ ସେବାକୁ ବନ୍ଦ, ବରିଷ୍ଠ ନେତାମାନଙ୍କୁ ଗୃହବନ୍ଦୀ ଓ କର୍ଫ୍ୟୁ ଜାରି କରାଯିବାକୁ ତିନିସପ୍ତାହ ବିତିସାରିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏତିକିରେ ସନ୍ତୁଷ୍ଟ ନ…

ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍‌ ଇଷ୍ଟେଟ୍‌ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର ହ୍ରାସ କରିବାକୁ ବାଧ୍ୟ ହେଉଛନ୍ତି। ଅଧିକାଂଶ କମ୍ପାନୀ ପ୍ରାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ଦରହ୍ରାସ…

ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ ରସ ପିଇଲେ ମେଦବହୁଳତା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ମେଥିପତ୍ର ଓ ଘିକୁଆଁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri