ଜାତୀୟ

ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୨୦ ହଜାର କିମି ସାଇକେଲ ଯାତ୍ରାରେ ଯୁବକ

ସିଲିଗୁଡ଼ି,୨୫।୪: ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଜଣେ ଯୁବକ ଅଣ୍ଟା ଭିଡ଼ିଛନ୍ତି। ମହାରାଷ୍ଟ୍ରର ୨୯ ବର୍ଷ ବୟସ୍କ ଯୁବକ ଗନ୍ଧାର କୁଲକର୍ଣ୍ଣୀ ଏନେଇ ୨୦ ହଜାର କିଲୋମିଟର ସାଇକେଲ ଯାତ୍ରାରେ ବାହାରିଛନ୍ତି। ସଂସ୍କୃତରେ ଗ୍ରାଜୁଏସନ୍‌ ଶେଷ କରିଥିବା ଗନ୍ଧାର ୨୦୧୮…

ମରାମତି ବେଳେ ହୁତୁହୁତୁ ହୋଇ ଜଳିଲା ଏୟାର ଇଣ୍ଡିଆ ବୋଇଙ୍ଗ୍‌ ବିମାନ

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବୁଧବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ମରାମତି ହେଉଥିବା ଏକ ଏୟାର ଇଣ୍ଡିଆ ବୋଇଙ୍ଗ୍‌ ବିମାନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ବିମାନଟି ହୁତୁହୁତୁ ହୋଇ ଜଳିବାକୁ…

ମୋଦିଙ୍କ ସହିତ ପ୍ରିୟଙ୍କାଙ୍କ ଲଢ଼େଇ ନେଇ ଚର୍ଚ୍ଚା: ଏପ୍ରିଲ୍‌ ୨୯ରେ ବାରାଣସୀରେ ଦାଖଲ କରିପାରନ୍ତି ନାମାଙ୍କନ

ନୂଆଦିଲ୍ଲୀ, ୨୫।୪: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ବାରାଣସୀ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି। ମୋଦି ଏଠାରେ ଏପ୍ରିଲ୍‌ ୨୬ରେ ନାମାଙ୍କନ ଦାଖଲ କରିବେ ବୋଲି କୁହାଯାଉଛି।…

ସଲିମ ଖାଁଙ୍କୁ ମିଳିଲା ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ

ମୁମ୍ବାଇ,୨୫।୪: ଭେଟେରାନ୍‌ ସ୍କ୍ରିନ୍‌ରାଇଟର ସଲିମ ଖାଁଙ୍କୁ ୭୭ତମ ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ ୨୦୧୯ ପ୍ରଦାନ କରାଯାଇଛି। ବୁଧବାର ମୁମ୍ବାଇଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଦ୍ୱାରା ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହାସହ…

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଇଡି ଅଧିକାରୀମାନେ ମନିଲଣ୍ଡରିଂ ଆଇନ ବଳରେ ତାଙ୍କର ୨୫ଟି ସ୍ଥାବର ଓ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ ସଙ୍ଗିନ ମାମଲା ରହିଥିବାବେଳେ ୧୨ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନାମାଙ୍କନପତ୍ର ଦାଖଲ ବେଳେ…

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌ ସହ ନୂଆ ନୋଟ୍‌ର ବହୁ ସାମଞ୍ଜସ୍ୟ ରହିଛି। ତେବେ ନୂଆରେ ସାମାନ୍ୟ ପରିବର୍ତ୍ତନ…

ବାଙ୍ଗାଲୋରର କ୍ରମାଗତ ତୃତୀୟ ବିଜୟ

ବେଙ୍ଗାଲୁରୁ,୨୫।୪ (ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶେଷରେ ଲୟକୁ ଫେରିଛି। ଆରମ୍ଭରୁ କ୍ରମାଗତ ଭାବେ ପରାଜୟ ବରଣ କରିଆସୁଥିବା ବାଙ୍ଗାଲୋର ବୁଧବାର କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୧୭ ରନରେ ପରାସ୍ତ…

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ କରାଯାଉଛି। ଯୁବକମାନଙ୍କ ମଧ୍ୟରେ ଭ୍ରାନ୍ତ ଧାରଣ ଜନ୍ମାଇ ଏଭଳି କରାଯାଇଥିବା ଆଶଙ୍କା କରାଯାଉଛି। ପୁଲଓ୍ବାମାରୁ…

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

କୋଏମ୍ବାଟୁର,୨୪।୪: ତାମିଲନାଡୁ କୋଏମ୍ବାଟୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ଏଟିଏମ୍‌ରେ ସାପ ପଶିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ସାପଟି ମେସିନ୍‌ ଭିତରେ ପଶି ରହିଥିଲା। ଟଙ୍କା ବାହାରିବା ସ୍ଥାନରେ ସାପର ଫଣା ଦେଖି ଜଣେ…

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମଦୁରାଈ,୨୪।୪: ହିନ୍ଦୁ ବିବାହ ଆଇନ୍‌ ଅନ୍ତର୍ଗତ ମାଡ୍ରାସ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିବାହ ସମୟରେ କିନ୍ନରଙ୍କୁ କନ୍ୟା ଭାବେ ପରିଗଣିତ କରାଯିବ। ସାଧାରଣ ମହିଳାଙ୍କ ପରି ସେମାନଙ୍କୁ ମଧ୍ୟ ମହିଳା ଭାବେ ବିବେଚନା କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?