Odisha Elections 2024

ରାଜନୀତି

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି।...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି,...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା...

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ ଅସମର୍ଥ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ଘରୁ ମତଦାନ(ହୋମ୍‌ ଭୋଟିଂ)ର ବ୍ୟବସ୍ଥା...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ ଲୋକମାନଙ୍କ ଅମଧ୍ୟରେ ଥିବା ଦକ୍ଷତା ବିଷୟରେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ତାଲିକାରେ ସୋନିଆ, ରାହୁଲ, ପ୍ରିୟଙ୍କା,...

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri