ରାଜ୍ୟ

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ରାଜପରିବାରର ସଦସ୍ୟମାନେ ଏକାଠି ବସି ନୂଆ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ ଉଦ୍ଦୀପନାର ସହ ନୂଆଁଖାଇ ପାଳନ କରାଯାଇଛି। ପ୍ରଥମେ ପାଟଣା ରାଜ୍ୟର ଇଷ୍ଟଦେବୀ ମା’…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି। ଏହା…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି ୫.୫ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଜାତୀୟ ହାର (୪.୨୮%) ଠାରୁ ୧.୨୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି ବିନିଯୋଗ ପ୍ରମାଣପତ୍ର ଦାଖଲ ହୋଇନାହିଁ।…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍‌ ରହିଥିବାବେଳେ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା। ଏହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସହ ସମସ୍ତ ଡେକୋରେସନ ପୋଡି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ଆସିବା ପରେ ଚିନ୍ତାରେ ପଡ଼ିଛନ୍ତି ସେମାନେ। କେନ୍ଦୁଝର…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍‌ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?