ରାଜ୍ୟ

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ ଦୁଇ ଦିନ ବୃଦ୍ଧି କଲେ। ହେଲେ ଦୁଇ ଲକ୍ଷ କୁଇଣ୍ଟାଲରୁ ଅଧିକ ଧାନ…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ନୟାଗଡ଼ର ସବଟ୍ରେଜେରୀ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ୍‌ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ।…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ ଦେଖାଯାଇଛି । ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ ନିବାସରୁ ଡକରା ଯାଇଥିଲା। ତେବେ ପୂର୍ବରୁ ଏହା ମଧ୍ୟ ଚର୍ଚ୍ଚା ହେଉଥିଲା କି…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ ଦଣ୍ଡ ମାରି ମାରି ଜିଲାପାଳଙ୍କ ଅଫିସକୁ ଆସିଥିଲେ। ଜିଲାପାଳ ଅଫିସ ସମ୍ମୁଖରେ ଧାନ…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ଖୋଲା…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଭାଲିଆଡିହାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ। ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ହେଲେ ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ । ସୋମବାର ପୂର୍ୱାହ୍ନରେ ସେକ୍ଟର…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର ଜଣାପଡ଼ିଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ପୀଡ଼ିତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri