ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର
ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ ଦୁଇ ଉଠା ଦୋକାନର ସାମଗ୍ରୀ ପୋଡ଼ିଯାଇଛି। ଆଜି ସକାଳୁ ଦୋକାନରେ ନିଆଁ ଜଳୁଥିବା…
ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…
ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ବିତିଗଲାଣି କିନ୍ତୁ ସ୍ଥାୟୀ କୋଠା ହୋଇପାରୁ…
ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ
ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ ପାଇ ମଣ୍ଡିରେ ଧାନ ବିକି ନ ପାରି ପ୍ରତିବାଦ ସ୍ବରୂପ ରବିବାର ଶତାଧିକ…
‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’
ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍’ର ପ୍ରତିଷ୍ଠାତା ଏବଂ ସକ୍ରିୟ ସଦସ୍ୟ ଭାବେ ସେ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ବ୍ୟବସାୟିକ…
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…
ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୭ଜଣ ଓଏଏସ୍ ଅଧିକାରୀଙ୍କୁ ଉପଜିଲାପାଳ ଭାବେ ଏବଂ ଜଣଙ୍କୁ ଅତିରିକ୍ତ ଜିଲାପାଳ ଭାବେ…
ଭିମ୍ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି। ବର୍ତ୍ତମାନ ସେ ଭିମ୍ସାରର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।…
ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା ପୋଲିସ । ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପାଟପୁର ପୋଲିସ ରବିବାର ସକାଳେ…
ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ
ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି । ଏପରିକି ବିକ୍ରୀରେ ମୂଳ ମଧ୍ଯ ମିଳୁ ନଥିବା ଯୋଗୁଁ ଚାଷୀମାନେ ଅଧାରୁ ଅମଳକୁ…
ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେବା ସହ ଏକ ପ୍ରକାର ଛନକା…
ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ ଯୁଦ୍ଧ ଚାଲିଥିବାରୁ ଖାଉଟିଙ୍କୁ ସିଲିଣ୍ଡର ଯୋଗାଣରେ ଅଧିକା ବିଭ୍ରାଟ ଦେଖାଦେଇଛି । ବିଶେଷକରି…
ଜେଲ୍ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…
ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡ଼ାର…
କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା
କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ସେମାନେ ବିଜେଡି ଛାଡ଼ି ଭାଜପାକୁ ଯିବେ ବୋଲି ଚର୍ଚ୍ଚା ଜୋର୍…
Archives


