ରାଜ୍ୟ

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ…

ଡିଡ୍ରବାଡ଼ିରେ ଭୂସ୍ଖଳନ: ବାଡ଼ାବାଙ୍ଗା-ଡିଡ୍ରବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳର ବହୁ ଗ୍ରାମ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତର ୧୫ ନଂ ଓ୍ବାର୍ଡ ଡିଡ୍ରବାଡ଼ି ଗାଁ ନିକଟ ପାହାଡ଼ ଭୂସ୍ଖଳନ ଯୋଗୁ୍‌ ଏବେ ଉକ୍ତ ଗ୍ରାମବାସୀ ବାହ୍ୟ ଜଗତରୁ ବିଚ୍ଛିନ୍ନ…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରି ବାଘୁଆ ନଦୀରେ ଛାଡ଼ଛି। ବାଘୁଆ ଜଳଭଣ୍ଡାରର…

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା ସହ ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି। ଏହା ଫଳରେ…

ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି ପାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଗଞ୍ଜାମ ଜିଲା ପ୍ରଶାସନ ସଜାଗ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ପରିମାଣ ରେକର୍ଡ଼ ହୋଇଛି। ବିଭିନ୍ନ ସ୍ଥାନକୁ…

ସିମନବାଡ଼ି ପଞ୍ଚାୟତର ୩ ଗାଁ ଜଳବନ୍ଦୀ, ବ୍ରିଜ୍‌ ଉପରେ ୫ ଫୁଟ ଉଚ୍ଚର ପାଣି, ରୋଗୀଙ୍କୁ ପିଠିରେ ବୋହି…

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତର ୩ ଗାଁ ଏବେ ଜଳବନ୍ଦୀରେ ଦିନ କାଟୁଛନ୍ତି। ପ୍ରକାଶ ଯେ, ଉକ୍ତ ପଞ୍ଚାୟତର ଲାରିବାଡ଼ି, କୁଡ଼ିମୁଞ୍ଜା ଏବଂ ଗବାଟବାଡ଼ି ଦେଇ…

ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ ବ୍ଲକ ଅଞ୍ଚଳର ଚାଷଜମି ବର୍ଷାପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଯାହାକୁ…

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ ଉପୁଜିଛି। ମିଳିଥିବା ସୂଚନା ଅନୁସାରେ, ଗତ ଅକ୍ଟୋବର ୨୬ ତାରିଖରେ ଚୋରି ହୋଇଥିବାବେଳେ…

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା ଜଳସ୍ତର କମିଛି କିନ୍ତୁ ଦୁଃଖ ବଢିଯାଇଛ। ବ୍ରହ୍ମପୁରଠାରୁ ଜୟପୁର, କୋରାପୁଟକୁ ସଂଯୋଗ କରୁଥିବା…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା ପ୍ରବଳ ବର୍ଷା ଫଳରେ ଅଞ୍ଚଳର ନଦୀନାଳ ଫୁଲିଉଠିଛି ଏବଂ ବହୁ ଅଞ୍ଚଳରେ ବନ୍ୟାଜଳ…

ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…

ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ ବାସିନ୍ଦାଙ୍କ ପାଇଁ ଏହା ଏକ କଳା ଦିନ ଥିଲା। କାହିଁକି ନା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?