କପିଳାସ ଗଲା ନରହନ୍ତା ହାତୀ
ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ ପଠାଯାଇଛି। ସେଠାରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ସହ ୨୪ ଘଣ୍ଟିଆ ଡାକ୍ତରୀଦଳ ନିରୀକ୍ଷଣ କରିବେ…
ଧାନ କିଣାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା
ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ,…
ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍ଫୁଟ୍ରେ ବିଜେଡି
ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ।…
ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା
ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା। ଗତ ୧ ତାରିଖରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା।…
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍ପି ଏସ୍ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ
ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ…
ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ
ଅନୁଗୋଳ ,୨୭।୯: ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ କିଶୋର…
IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍
କଟକ,୨୭ା୯: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି। ରାଜ୍ୟ…
କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ…
ଯୁବତୀ-ମହିଳାଙ୍କୁ ଟାର୍ଗେଟ୍ କରି ଲୁଟୁଥିଲେ ସୁନା ଚେନ୍, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୨୭ା୯: ବାଇକ୍ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍ କରି ସୁନା ଚେନ୍ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪ ଜଣଙ୍କୁ ଧରିଛି କମିଶନରେଟ୍ ପୋଲିସ। ଗ୍ୟାଙ୍ଗ୍ ମୁଖ୍ୟଙ୍କ ନାଁରେ ସୁରଟରୁ ନେଇ ପୁରୀ ଚନ୍ଦନପୁରରେ…
ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…
ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି ଟେଷ୍ଟ କରାଯିବ। ପଲିଗ୍ରାଫ ଟେଷ୍ଟ ପାଇଁ ଏସ୍ଡିଜେଏମ୍ କୋର୍ଟ ଅନୁମତି ଦେେଇଛନ୍ତି। ଜଣେ ଏସ୍ଆଇଙ୍କ ସହ…
ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା
ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩…
ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…
କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା…

