ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା ୨୦…
ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି। ସ୍ଥାନୀୟ ଗ୍ରାମର ଜଣେ ଯୁବକ…
ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ
କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା…
ପଞ୍ଜୀକରଣର ୧୦୦ ମିନିଟ୍ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ
କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରୁଛି। ଏଠାରେ ଉଭୟ ସି-ଭିଜିଲ୍ ଆପ୍ ଏବଂ ଟେଲିଫୋନ୍ ମାଧ୍ୟମରେ ଆଦର୍ଶ ଆଚରଣ…
ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ ହୋଇଛି। ସେ ଭାଜପାରେ ଅଛନ୍ତି ଆଉ ରହିବେ ମଧ୍ୟ । ଆବଶ୍ୟକ ପଡିଲେ…
ଆତ୍ମସମର୍ପଣ କଲେ ୨୩ ମାଓବାଦୀ
ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ଛତିଶଗଡ଼ ଓ ସୀମାନ୍ତ ଅଞ୍ଚଳରେ ସକ୍ରିୟ ଥିବା ଭୈରମଗଡ଼…
ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ
ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୩୦ରେ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ମଧ୍ୟ ଦାଖଲ କରିବେ।…
ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ…
ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି
କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ କଂଗ୍ରେସର ଭଦ୍ରକ, ମୟୂରଭଞ୍ଜ, ବାଲେଶର ଜିଲାର ପ୍ରଭାରୀ ଦାୟିତ୍ୱରେ ଥିଲେ। ଏପରିକି ସେ ପୂର୍ବତନ…
ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର
ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…
ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ
ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ସଞ୍ଜୟ ଦାସବର୍ମାଙ୍କ ସମର୍ଥକ ପୁରୀ ଜିଲାପାଳଙ୍କ ଅଫିସ ପରିସରରେ ପ୍ରବଳ ନାରାବାଜି…
ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ
ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ…
Archives


