ରାହୁଲଙ୍କ ଭାଷଣକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର, ୨୯।୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିନିକିଆ…
କଂଗ୍ରେସ ଛାଡ଼ିଲେ ଦୁଲାଲ
ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ ସମ୍ବଲପୁର…
ଘାଟିରୁ ଖସିଲା ପେପର ରୋଲ୍ ବୋଝେଇ ଟ୍ରକ୍: ଡ୍ରାଇଭର, ହେଲପର ଆହତ
ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍ ବୋଝେଇ ଟ୍ରକ୍ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର…
ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ
କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବାସ…
ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ
ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା ପରେ…
ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼
ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬, ମାଲକାନଗିରି ଓ କେନ୍ଦୁଝରରେ ୩୫, ଭବାନୀପାଟଣାରେ ୩୪.୪, ଭୁବନେଶ୍ୱରରେ ୩୩.୮, ଜଗତସିଂହପୁରରେ ୩୩.୪, ଅନୁଗୋଳ,ଟିଟଲାଗଡ଼…
ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି
ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ ପ୍ରାୟ ୮୩ ପ୍ରତିଶତ ଯୁବପିଢ଼ି ଅଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମୁଦ୍ରାନୀତି କମିଟି (ଏମ୍ପିସି)…
ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି
ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ ଭିକ୍ଷୁକମାନେ ବସୁ ନାହାନ୍ତି, ତଥାପି ଏବେ ବି ଅନେକ ସ୍ଥାନରେ ଭିକାରୀ ଭିକ୍ଷାବୃତ୍ତି କରୁଥିବା…
ଶସ୍ତା ହୋଇପାରେ ବିମାନ ଟିକେଟ୍
ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା ସର୍କୁଲାରରେ ସେବା (ଅପ୍ଟ-ଆଉଟ କିମ୍ବା ଅପ୍ଟ-ଇନ) ଚୟନ କରିବାକୁ ଯାତ୍ରୀମାନଙ୍କୁ ସ୍ବାଧୀନତା ଦେବା ପାଇଁ…
ଅଲ୍ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ
ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ଉନ୍ମୋଚନ ସହ ବଜାର…
ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା
ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାବେଳେ ଖାରବେଳନଗର ଥାନା ପୋଲିସ ୨ ଭାଇଙ୍କ ସମେତ ୩ ଜଣଙ୍କୁ…
ତନିସ୍କର ବିବାହ ସମ୍ଭାର ‘ରିଭା’
ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍ ଭାବେ ତନିସ୍କ ଏହାକୁ ଗ୍ରାହକ ନିକଟରେ ଉପସ୍ଥାପନ କରିଛି। ରିଭା ନିଜର ବିବିଧ ବିବାହ…
Archives


