ରାଜ୍ୟ

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ସାନଖଣି ଗାଁରେ । ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ସମୟରେ ଗାଁର ବାସନ୍ତୀ…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା ବାପାଙ୍କର ମଧ୍ୟ ଭୁବନେଶ୍ୱର AIIMSରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ଘଟଣାରେ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଗଡହୁମାର ବାଉଁସିଆପଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକ ନାମକ ଜଣେ ବୃଦ୍ଧ ସାଇକେଲରେ ରାସ୍ତା…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଦର୍ଶାଇ ମାଡମାରି ଗୁରୁତର କରିଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ୨…

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ ଆକାଉଣ୍ଟ୍‌ ଜରିଆରେ ପେନସନ୍‌ ପାଉଛନ୍ତି। ମାତ୍ର ସେହି ହିତାଧିକାରୀମାନଙ୍କ ଆକାଉଣ୍ଟ୍‌ ସହିତ ଆଧାରକାର୍ଡ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଜୁନ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜନବିଶ୍ୱାସ-୨.୦ ଅଭିଯାନ ଆରମ୍ଭ ହୋଇଛି। ପୂର୍ବରୁ ବିଭିନ୍ନ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି ।…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ ଅନ୍ତର୍ଗତ ମଠସାହି ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌, ରାୟଗଡ଼ା ତହସିଲ ପ୍ରଶାସନ,ପୋଲିସ ଏବଂ ମନ୍ଦିର ପରିଚାଳନା କମିଟିର ଉପସ୍ଥିତିରେ ହୁଣ୍ଡିଗୁଡ଼ିକ ଖୋଲାଯାଇଛି।…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରି ଭୁଶି ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଦିଗପହଣ୍ଡି ପୋଲିସ ସୋମବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?