ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍ ପାଇଁ ଆଗାମୀ ୩ ଦିନ ଉପବାସ କରିବି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…
ବିଜେଡି ଏମ୍ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା
ଭୁବନେଶ୍ୱର,୨୦।୫: ବିଜେଡି ଏମ୍ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ ଆୟୋଜିତ ହୋଇଥିଲା ମିଶ୍ରଣ ପର୍ବ। ଏଥିରେ ଭାଜପା ଏମ୍ପି ପ୍ରାର୍ଥୀ ନବଚରଣ ମାଝୀ, ବିଧାୟକ…
ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍ପି ଐର ଖାରବେଳଙ୍କ ସମେତ ୫ ନେତା
ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ…
ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା
ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ…
ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ
ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର ଦର୍ଲିପାଲି ଲୋଚନ ହାଇସ୍କୁଲର ବୁଥ୍ ନମ୍ବର ୧୪୯ରେ ପୋଲିଂ କର୍ମଚାରୀମାନଙ୍କୁ ଗାଁ ଲୋକେ ତାଲା…
କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼
ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି ଆହତ…
ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ
ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍ଏସ୍ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୁସ୍ମିତା ମୁଣ୍ଡ। ତାଙ୍କ ଘର ମହାବୀରପଡ଼ା ବୋଲି ଜଣାପଡିଛି। ମିଳିଥିବା…
ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ
ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା ଲାଗିଛି। ଏସ୍ଡିଜେଏମଙ୍କ ପରେ ଜିଲା ଦୌରା ଜଜ୍ଙ୍କ କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ…
ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍ କରି କହିଲେ ଏମିତି…
ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ।…
ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୫ଟା ସୁଦ୍ଧା ଜିଲାର…
ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…
ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ ମହାନ ଐତିହ୍ୟରେ ଭରପୁର ମୋର ଓଡ଼ିଶାକୁ କିଏ ବର୍ବାଦ କରିଛି ବୋଲି ମୋଦି ପ୍ରଶ୍ନ…
ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ
ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’, ବାପା, ଝିଅ ଓ ପୁଅ ବୋଲି ଜଣାପଡିଛି। ମିଳିଥିବା…

