ରାଜ୍ୟ

କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ ଆସନ୍ତା ୨୯ ତାରିଖରେ କଟକ ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ।…

ବଦଳୁଛି ଟ୍ରେଣ୍ଡ୍‌, ରୋଗ କିଣୁଛି ମଣିଷ

କଟକ,୨୮।୪(ଦିବାକର ସାହୁ)ମଣିଷ ଆଧୁନିକତାର ସ୍ରୋତରେ ଆଗେଇ ଚାଲିଛି। ସମୟ ସହ ତାଳ ଦେଇ ଦିନକୁ ଦିନ ଖାଦ୍ୟପେୟ, ଚାଲିଚଳଣିରେ ପରିବର୍ତ୍ତନ କରୁଛି। ପୂର୍ବରୁ କୌଣସି ଉତ୍ସବ ପାଳନ ପାଇଁ ଘରେ ଖିରି, ପୁରି, ତରକାରି ଆଦି ଖାଦ୍ୟ ରନ୍ଧାଯାଇ ବନ୍ଧୁବାନ୍ଧବ, ସାଙ୍ଗସାଥୀଙ୍କୁ…

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍‌ପିଟ୍‌ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି ମାମଲା…

ନିର୍ବାଚନ ମଇଦାନରେ ନବୀନ ଷଷ୍ଠ, ବିକ୍ରମ ଆରୁଖ ସପ୍ତମ

ବ୍ରହ୍ମପୁର,୨୮ା୪(ନରସିଂହ ସାହୁ):ଗଞ୍ଜାମ ଜିଲାରୁ ରାଜନୀତି ଆରମ୍ଭ କରିଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାରମ୍ପରିକ ବିଧାନସଭା କ୍ଷେତ୍ର ହିଞ୍ଜିଳିରୁ ଏଥର ଷଷ୍ଠଥର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ବର୍ତ୍ତମାନର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭଞ୍ଜନଗର ଆସନରେ…

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ ହେଉନାହିଁ। ଅନେକ ସ୍ଥାନରେ ଅଧାପନ୍ତରିଆ ନିର୍ମାଣ ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ବିଶେଷକରି ଅନୁଗୋଳ…

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ ପ୍ରସିଦ୍ଧ ଡୋକ୍ରା କାଷ୍ଟିଂ ହସ୍ତଶିଳ୍ପ ଗ୍ରାମ ଭାବେ ପରିଚିତ। ସ୍ଥାନୀୟ ଡୋକ୍ରା କାରିଗରମାନଙ୍କୁ ପ୍ରୋତ୍ସାହନ…

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ ଦିଆଯାଇଥିଲା। କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର କିଶୋରନଗର ବ୍ଲକ ଜାମ୍ବୁନାଳିଠାରୁ ଭାଙ୍ଗମୁଣ୍ଡା ପର୍ଯ୍ୟନ୍ତ…

ଆଜି ଆସୁଛନ୍ତି ଜେ.ପି. ନଡ୍ଡା, ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ଓ କଂଗ୍ରେସର ଦୁଇ ହେଭିଓ୍ବେଟ ନେତା ନିର୍ବାଚନ ପ୍ରଚାର…

ଯାଜପୁର ରୋଡ୍‌ ଜିଆର୍‌ଓପି ହେବ ଜିଆର୍‌ପିଏସ୍‌

ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍‌ଓପି) ରହିଛି। ମାତ୍ର ୨ ଜଣ ଏଏସ୍‌ଆଇ ଏବଂ ୪ ଜଣ କନଷ୍ଟେବଳଙ୍କ ଦ୍ୱାରା ପ୍ରାୟ ୪୦୦ କି.ମି. ରେଳ ଅଞ୍ଚଳରେ…

ନୂଆ ବସ୍‌ଷ୍ଟାଣ୍ଡରେ ରହୁନାହିଁ ବସ୍‌

ଆଳି,୨୮ା୪(ବନମାଳୀ ସେନାପତି)ଦୀର୍ଘ ଦଶନ୍ଧି ଧରି କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଦେଇ ଆଳିରୁ ଦୈନିକ ୫୦ରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ କଟକ ଭୁବନେଶ୍ୱର ଯାତାୟାତ କରୁଛି। ବସ୍‌ରେ ଯିବା ନିମନ୍ତେ ଯାତ୍ରୀମାନେ ଆଳି ଅନ୍ନପୂର୍ଣ୍ଣା ପଡ଼ିଆ ସମେତ ବିଭିନ୍ନ ଛକରେ ବସ୍‌କୁ ଅପେକ୍ଷା…

୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବା ସାଧାରଣ କଥା…

ଅଙ୍ଗନୱାଡି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର, ୨୮ା୪ (ପ୍ରମୋଦ କୁମାର ନାୟକ)୨୦୧୦ରେ ତିର୍ତ୍ତୋଲ ବ୍ଲକ ପୁଟିଙ୍ଗ ଗ୍ରାମ ଅଧୀନ ୪ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର-୨ ଖୋଲା ଯାଇଥିଲା। କିନ୍ତୁ ଏହି କେନ୍ଦ୍ରରେ ଜାଲ୍‌ ଭିନ୍ନକ୍ଷମ ପ୍ରମାଣପତ୍ର ବଳରେ ଅଙ୍ଗନୱାଡି କର୍ମୀ ନିଯୁକ୍ତି ହୋଇଥିବା ଅଭିଯୋଗ ହୋଇଥିଲା। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?