ରାଜ୍ୟ

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ ଆହୁରି ଆଗାମୀ କିଛି ଦିନ ଏଭଳି ସ୍ଥିତି ରହିବା ନେଇ ଭୁବନେଶ୍ବର ପାଣିପାଗ…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା ପାତ୍ରଙ୍କ ନେତୃତ୍ୱରେ ଟିମ ବାହାରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଆଳୁ ଖୋଳୁଖୋଳୁ…

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ…

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ ତରଳୁଛି। ଯାହାକି ପରିବେଶବିତ୍‌ମାନଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରଶାନ୍ତ ମହାସାଗରରେ ଜଳବାୟୁ…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ ଅବୈଧ ଭାବେ ସୌମ୍ୟଙ୍କୁ କାମ କରାଉଥିବା ଅଭିଯୋଗର ତଦନ୍ତ କରି ରିପୋର୍ଟ ଦେବାକୁ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଦ୍ଧପରିକର। ଶିକ୍ଷା କ୍ଷେତ୍ରରେ ସର୍ବାଙ୍ଗୀନ ବିକାଶ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ ପୋତିଦେଇଥିଲେ। ହତ୍ୟାକାଣ୍ଡର ୨୬ ଦିନ ପରେ ରବିବାର ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି।…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ଏବଂ ଅନ୍ୟ କେତେଜଣ ଆହତ ହୋଇଥିବା ଚର୍ଚ୍ଚା ହେଉଛି। ପୋଲିସ ପ୍ରଶାସନ ପକ୍ଷରୁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପରିସରରେ ଆୟୋଜିତ ସଭାରେ ସଂଘର ସଭାପତି ରାଜେନ୍ଦ୍ର ସାହୁ ଅଧ୍ୟକ୍ଷତା…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀ ନିଜ ନିଜର ମୁଖ୍ଯ ମନ୍ଦିରକୁ ପ୍ରତ୍ଯାବର୍ତ୍ତନ କରିଛନ୍ତି | ଚାଙ୍ଗୁଡିଆପଦରସାହି ଅସ୍ଥାୟୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ ଅସ୍ତ୍ର ସହ ୨ଜଣ ଅଭିଯୁକ୍ତଙ୍କ ଗିରଫ କରିଛି। ସେମାନେ ହେଲେ କେଶବ ଜମାଦାର(୩୪)…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ ପ୍ରୟାସରେ ଏୟାରଫୋର୍ସ Y ଗ୍ରୁପ ପରୀକ୍ଷାରେ ସାରା ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?