ରାଜ୍ୟ

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର,୧।୧୨(ସତ୍ୟଜିତ୍‌ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି। ଚଢ଼ାଉ ଓ ଯାଞ୍ଚରୁ ଏହା ଜଣାପଡିବା ପରେ ଭିଜିଲାନ୍ସ ପକ୍ଷରୁ…

୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲା ଖଣିଜ ପାଣ୍ଠିରୁ…

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେମାନେ…

ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…

ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି…

ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା: ପିଇଓଙ୍କ ବାସଗୃହରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ,୧।୧୨(ରାକେଶ କୁମାର ରାଉତ): ଫୁଲବାଣୀ ବ୍ଲକ ଦଡକି ସରପଞ୍ଚଙ୍କ ପୁଅଙ୍କ ମୃତଦେହ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଗୃହରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶୁକ୍ରବାର ଉଦ୍ଧାର ହୋଇଛି। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସଞ୍ଜିତ କୁମାର…

ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍‌ ଜବତ

ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍‌ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି। ଯାହାର ପରିମାଣ ୮୨ କେଜି। ଏହାର ଭାରତୀୟ ବଜାର ମୂଲ୍ୟ ୩୩୦ କୋଟି…

ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ ମଧ୍ୟ ଫେରିଛନ୍ତି। ବିମାନବନ୍ଦରରେ ୪ ଶ୍ରମିକ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି।…

ଘଟଗାଁ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧୨(ଅସମାପିକା ସାହୁ): କେନ୍ଦୁଝର ଜିଲା ଘଟଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପାମୂଳକ…

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବ। ଡିସେମ୍ବର ୩…

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ…

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?