ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍…
ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ…
ପିଇଓ ଆତ୍ମସାତ୍ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ
ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ ଥିବା ବାର୍ଦ୍ଧକ୍ୟ ଭତ୍ତା ଏବଂ ଅଖା ବିକ୍ରି ଟଙ୍କାଙ୍କୁ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା।…
ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ
ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬ ରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି। ମୃତ ଛାତ୍ରୀ…
ଥାନାରେ IIC-ASI ହାତାହାତି: ଆକ୍ସନ ନେଲେ ଏସ୍ପି
ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ ଘଟିଛି। IIC ଏବଂ ASIଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ହାତାହାତି ହୋଇଛନ୍ତି। ଏହି ଘଟଣା…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ, ଥାନାରେ ଅଟକ
ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି।…
ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…
ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ କାଷ୍ଟିଂ କାଉଚ ଅଭିଯୋଗ: ୩ ଜଣିଆ ଟିମ୍ର ତଦନ୍ତ ଆରମ୍ଭ
ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଡ୍ରାମା ବିଭାଗର ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଏବଂ ଅଶାଳୀନ ଆଚରଣ ନିର୍ଯାତନା ଅଭିଯୋଗ ଆଣି ଛାତ୍ରୀମାନେ କ୍ୟାମ୍ପସ୍ରେ ପ୍ରବଳ ହଙ୍ଗାମା କରିଛନ୍ତି। ଏହି ଘଟଣାକୁ ନେଇ କଲେଜରେ ପ୍ରବଳ ଉତ୍ତେଜନା ଦେଖାଦେଇଥିବା ବେଳେ…
ଦାଦନ ଚାଲାଣକୁ ନେଇ ବିଧାୟକ ଲକ୍ଷ୍ମଣ ବାଗ୍ – କାଉନସିଲର୍ ମୁହାଁମୁହିଁ: ଥାନାରେ ପରସ୍ପର ବିରୋଧରେ ଦେଲେ ଏତଲା
ବଲାଙ୍ଗୀର,୪।୧୨(ସୁନିଲ କୁମାର ମହାନ୍ତି): ରେଲୱେ ଷ୍ଟେଶନ ଠାରେ ବୁଧବାର ରାତିରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ କଣ୍ଟାବାଞ୍ଜି ଏନଏସି ଓ୍ବାର୍ଡ ନମ୍ବର ୧ର କାଉନସିଲର ତଥା ବିଜେଡ଼ିର ମହମ୍ମଦ ଇମରାନ ଖାନ ମୁହାଁମୁହିଁ ହେବା ସହ ପରସ୍ପର ବିରୁଦ୍ଧରେ ଜିଆରପି…
ଭିସୁଟ୍ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ
ସମ୍ବଲପୁର,୪ା୧୨: ଭିସୁଟ୍ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ସଂପୃକ୍ତ ଛାତ୍ରଙ୍କୁ ସସ୍ପେଣ୍ଡ୍ କରିଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ।…
ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…
ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର ଅଞ୍ଚଳର ଅଶୋକ କୁମାର ମିଶ୍ର ଓ ସୁରେଖା ମିଶ୍ରଙ୍କ ନାତୁଣୀ ତଥା ମା-ବାପା ଛେଉଣ୍ଡ…
ବରଗଡ଼ ଧନୁଯାତ୍ରା ପାଇଁ ଖର୍ଚ୍ଚ ହେବ ୧ କୋଟି, ପ୍ରତ୍ୟେକ କଳାକାରଙ୍କୁ ମିଳିବ…
ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ। ଓଡ଼ିଆ ଭାଷା, ସାହିତ୍ୟ…
ପ୍ରଚାର ପ୍ରସାର ପାଇଁ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର? ହିସାବ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୧୨: ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା। ବିଧାନସଭାରେ ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ଦେଇ କହିଛନ୍ତି, ୨୦୨୪ ଜୁଲାଇର ଏଯାବତ୍ ୮୩ କୋଟି ୮୪ ଲକ୍ଷ ୮୧…
Archives


