ରାଜ୍ୟ

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି ଅଖାରେ ପୂରାଇ ଶିଶୁକନ୍ୟାକୁ ଭୁଷୁଗାଁସ୍ଥିତ ଷ୍ଟକ ୟାର୍ଡରେ କେହି ଜଣେ ଫୋପାଡ଼ି ଦେଇଥିଲେ।...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ...

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର...

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର...

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର...

ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ...

ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୧୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭...

୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri