ରାଜ୍ୟ

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର। ତେବେ ଆଜି ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୯୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଜଣ ଲୋକାଲ…

୨୦୦ ଫୁଟ ତଳକୁ ଓଲଟିଲା ପିକ୍‌ଅପ୍‌ ଭ୍ୟାନ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଗୁରୁତର ଆହତ ହୋଇଛି।…

ଦୁର୍ଘଟଣାରେ ଗଲା ୩ ଜୀବନ

ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର ଜିଲା ଡାବୁଗାଁ – ଉମରକୋଟ ୩୯ ନମ୍ବର ରାଜ ପଥ ସରାଗୁଡା ଛକ ନିକଟରେ…

‘ ମୋ ସ୍ବାମୀଙ୍କୁ ଖୋଜିକି ଆଣନ୍ତୁ’

ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୩ ତାରିଖରୁ ତପସ୍ବିନୀ ଓ ସୁମିତ ଏକାଠି ରହିଥିଲେ।…

ମୃତ ହେଟାବାଘର ନଖ କାଟିନେଲେ

କୋକସରା:୧୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ସାଗରପଡ଼ା ନିକଟରେ ଏକ ଗାଡି ଧକ୍କାରେ ଏକ ହେଟାବାଘର ମୃତ୍ୟୁ ଘଟିଛି। ବାଘଟି ରାସ୍ତା ପାରି ହେଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।…

ବିଜେଡିର ହାତ ଧରିଲେ ଧନୁର୍ଜୟ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସବୁ କଳ୍ପନା ଜଳ୍ପନା ଅନ୍ତ ଘଟାଇ ଶନିବାର ପୂର୍ବତନ ଚମ୍ପୁଆ ବିଧାୟକ ଧନୁର୍ଜୟ ସିଦ୍ଧୁ ବିଜେଡିର ହାତ ଧରିଛନ୍ତି। ଭୁବନେଶ୍ୱରରେ ଦଳୀୟ ଅଫିସରେ ଏକ କାର୍ଯ୍ୟକ୍ରମରେ ତାଙ୍କ ସହିତ ଭାଜପା ଓବିସି ମୋର୍ଚ୍ଚାର ସଭାପତି ମିତ୍ରଭାନୁ ମହାକୁଡ, ସାଧାରଣ ସମ୍ପାଦକ…

ଏୟାରଲିଫ୍ଟ ହେଲେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ…

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ ପୁତୁରା…

ଗଳାବାଟରେ ରେଳ ଫାଟକ ପାରି ହେଉଥିଲେ, ୩ ଜଣଙ୍କୁ ଘୋଷାଡ଼ି ନେଲା ଟ୍ରେନ୍‌

ରାଉରକେଲା,୧୧ା୧୨(ଡି.ଏନ୍‌.ଏ.): ରାଜଗାଙ୍ଗପୁର ରେଳ ଫାଟକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏହି ଫାଟକର ଗଳା ବାଟ ଦେଇ ପାରି ହେଉଥିବା ବେଳେ ୩ ଜଣଙ୍କୁ ଘୋଷାଡ଼ି ନେଇଛି ହାଓ୍ବଡା-ମୁମ୍ବାଇ ଦୂରନ୍ତ ଏକ୍ସପ୍ରେସ। ଫଳରେ ୩ଟି ବାଇକ ଚୁର୍‌ମାର ହେବା ସହ ୩…

ଏସିଡ୍‌ ମାଡ଼ରେ ୫ ଗୁରୁତର

ବରଗଡ଼ ଅଫିସ,୧୧ା୧୨: ବରଗଡ଼ ପୌର ପରିଷଦ ଅଧୀନ ୧୧ ନଂ ଓ୍ବାର୍ଡ ନୂଆପଡ଼ାରେ ଶନିବାର ଏସିଡ୍‌ ମାଡ଼ ହୋଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି। ଏମାନେ ହେଲେ ହରିହର ଭୋଇ(୩୦), ମନୋଜ ସୋନି(୩୦), ପବନ ସୋନି, ଗୀତା ଦେବୀ(୪୦) ଏବଂ…

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ବ୍ଲକେଜ ହୋଇଥିବା ଜଣାପଡ଼ିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri