ରାଜ୍ୟ

ଔଷଧ ଦୋକାନରେ ଗୁଟ୍‌ଖା, ସିଗାରେଟ୍‌ ବିକ୍ରି

ଭଦ୍ରକ ଅଫିସ, ୨୪।୪: ଔଷଧ ଦୋକାନରେ ବିକ୍ରି ହେଉଥିଲା ଗୁଟ୍‌ଖା ଓ ସିଗାରେଟ୍‌। ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୩ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ଔଷଧ ଦୋକାନକୁ ୭ ଦିନ ପାଇଁ ସିଲ୍‌ କରାଯାଇଛି।...

ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ସାଧାରଣ ସମ୍ପାଦକ ଜୀବନ ସାର୍ଥକ...

କୋଭିଡ୍‌ ହସ୍ପିଟାଲକୁ ଗଞ୍ଜାମ ଜିଲାପାଳଙ୍କ ଅଚାନକ ଗସ୍ତ: ପରିଦର୍ଶନ ପରେ କହିଲେ ‘ଏମ୍‌କେସିଜିରେ ଅକ୍ସିଜେନ ଅଭାବ ଖବର ମିଥ୍ୟା’

ଛତ୍ରପୁର,୨୪।୪(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ବ୍ରହ୍ମପୁର ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲକୁ ଅଚାନକ ପରିଦର୍ଶନ କରିବାକୁ ଯାଇଥିଲେ। ପିପିଇ କିଟ୍‌ ପିନ୍ଧି ଜିଲାପାଳ ଉକ୍ତ କୋଭିଡ୍‌ ହସ୍ପିଟାଲ ମଧ୍ୟକୁ ପ୍ରବେଶ କରି ୱାର୍ଡକୁ ୱାର୍ଡ ବୁଲି ରୋଗୀଙ୍କ ବିଷୟରେ...

ମେ’ ୧୫ ଯାଏ ବନ୍ଦ ହେଲା ଜଗା ଦର୍ଶନ

ପୁରୀ ଅଫିସ,୨୪।୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା ଲାଗିଥିବା ନେଇ ଶନିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା...

ଆଲର୍ଟରେ ରାଜ୍ୟର ୧୮ ମେରାଇନ ଥାନା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ପ୍ରବାସୀଙ୍କୁ ନେଇ ଚିନ୍ତା ବଢିଛି। ରାଜ୍ୟ ସରକାର ଆନ୍ତଃ ଜିଲା ଯାତାୟାତ ଉପରେ କଟକଣା ଲଗାଇବା ପରେ ବିଭିନ୍ନ ପ୍ରବେଶ ପଥକୁ ବନ୍ଦ କରାଯାଇ କଡ଼ାକଡ଼ି ଯାଞ୍ଚ ଚାଲିଛି।...

ବିଧାନସଭା ଡିଜିଟାଇଜେଶନ ଲାଗି ୩.୮ କୋଟି ବ୍ୟୟ ଅଟକଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ବିଧାନସଭା ବୈଠକର ସମସ୍ତ ଆଲୋଚନାର ବିବରଣୀ ଏବଂ ବିଭିନ୍ନ କମିଶନର ରିପୋର୍ଟ ଡିଜିଟାଇଜେଶନ କରିବା ନିଷ୍ପତ୍ତି ପରିପ୍ରେକ୍ଷୀରେ ଏ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟକ୍ରମ ଉପରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ...

ହେମାନନ୍ଦ ବିଶ୍ବାଳଙ୍କ ଝିଅଙ୍କ ପରଲୋକ

ସୁନ୍ଦରଗଡ଼, ୨୪।୪ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ମଞ୍ଜୁଲତା ନାୟକ(୪୪)ଙ୍କ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।...

ଆଜି ପୁଣି ୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ପୁଣି ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଶେଷ ପଦକ୍ଷେପ ଗ୍ରହଣ...

ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଳଦ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଭବାନୀପାଟଣା ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri