ରାଜ୍ୟ

ଏବେ ହେବନି ୟୁଜି-ପିଜି ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଏବେ ୟୁଜି କିମ୍ବା ପିଜି ପରୀକ୍ଷା କରାଯିବ ନାହିଁ। ଏନେଇ ସମସ୍ତ କୁଳପତି ଓ ଅଧ୍ୟକ୍ଷଙ୍କୁ ଚିଠି କରିଛନ୍ତି ଉଚ୍ଚଶିକ୍ଷା ସଚିବ। କରୋନା ସ୍ଥିତି ନେଇ ପିଲାଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯାଉଛି। ଏଣୁ ଏବେ ପରୀକ୍ଷା କରିବା ଉଚିତ ହେବ…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବସ୍‌ ଭଡା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତେଲ ଦର ବୃଦ୍ଧି ପାଇଥିବାରୁ ବସ୍‌ ଭଡ଼ାକୁ ବଢ଼ାଯାଇଛି। ସାଧାରଣ ବସ୍‌ ଭଡା କିମି ପିଛା ୭୨ରୁ ୭୩ ପଇସା ହୋଇଥିବା ବେଳେ ଏକ୍ସପ୍ରେସ୍‌ ଭଡା ୭୫ ପଇସାରୁ ବଢ଼ି ୭୬…

କପିଳାସ ଅଭୟାରଣ୍ୟରୁ ବନ୍ୟଜନ୍ତୁ ଶିକାର: ଶିକ୍ଷକଙ୍କୁ ବାନ୍ଧିଲା ବନବିଭାଗ

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟ ଓ କଙ୍କଡ଼ାହାଡ ଥାନା କଳସପୁର ଅଞ୍ଚଳ ବନବିଭାଗ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବା ବେଳେ ୧ ହରିଣ ଛାଲ,…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ସ୍ପେଶାଲ ଟ୍ରେନ୍‌ର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଭୁବନେଶ୍ବର-ରାଉରକେଲା-ଭୁବନେଶ୍ବର ସ୍ପେଶାଲ ଏକ୍ସପ୍ରେସ ସମୟରେ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ବରରୁ ଅପରାହ୍ନ ୨ଟା ୧୦ରେ ଛାଡ଼ୁଥିବା ଏହି ଟ୍ରେନ୍‌ ଡିସେମ୍ବର ୫ରୁ ଅପରାହ୍ନ ୧ଟା ୪୦ରେ ଭୁବନେଶ୍ବର ରେଳ ଷ୍ଟେଶନ ଛାଡ଼ି ରାତି ୯ଟାରେ ରାଉରକେଲାରେ ପହଞ୍ଚୁଛି। ସେହିପରି ଫେରିବାବେଳେ ଏହା…

୫ଟି ସଚିବଙ୍କ ଏକାମ୍ରକ୍ଷେତ୍ର ପରିଦର୍ଶନ: ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ନେଇ ସମୀକ୍ଷା

ଭୁବନେଶ୍ୱର,୭ା୧୨(ବ୍ୟୁରୋ.): ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ ସୋମବାର ସକାଳେ ଏକାମ୍ରକ୍ଷେତ୍ର ପ୍ରକଳ୍ପ କ୍ଷେତ୍ର ପରିଦର୍ଶନ କରି ସେଠାରେ ଥିବା ବରିଷ୍ଠ ଅଧିକାରୀଙ୍କ ସହ ଅଗ୍ରଗତିର ସମୀକ୍ଷା କରିଥିଲେ। ଦୋକାନୀମାନଙ୍କ ପୁନଃ ଥଇଥାନ ପାଇଁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ…

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ ନ ମାନିଲେ ତଣ୍ଡ ଗଣିବାକୁ ପଡ଼ିବ। ହେଲମେଟ୍‌, ସିଟ୍‌ ବେଲ୍ଟ ଓ ପରିବହନ…

ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ…

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ ସହ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ସୋନପୁରରେ ପ୍ରବଳ…

ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ଯୋଗୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।…

ଜମୁନି ପ୍ରଥମାଷ୍ଟମୀ ପୋଷାକ ବେପାର

ଅନୁଗୋଳ ଅଫିସ, ୭।୧୨: ଦିନଟିଏ ପରେ ପ୍ରଥମାଷ୍ଟମୀ। ପୋଢ଼ୁଆଁ ହେବେ ଘରର ଜ୍ୟେଷ୍ଠ ସନ୍ତାନ। ମାମୁଘରୁ ଆସିଥିବା ନୂଆ ପୋଷାକ ପିନ୍ଧି ଏଣ୍ଡୁରିପିଠା ଖାଇବେ ପିଲାଏ। ଏଥିପାଇଁ ପ୍ରସ୍ତୁତି ପ୍ରାୟତଃ ଶେଷ ହେଲାଣି। ନାନା ପ୍ରକାର ସାମଗ୍ରୀ କିଣା ସରିଲାଣି। ପିଠା…

ପାଣିଝରା ଦେଇଛି ପରିଚୟ

ଚମ୍ପୁଆ, ୭ା୧୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ଶଶାଙ୍କ ଗ୍ରାମ ବାଲିସାହି। ପାଣିଝରା ନିର୍ମାଣ ଓ ବିକ୍ରୟ କରି ଏଠାକାର ଆଦିବାସୀ ପାଇପାରିଛନ୍ତି ଏକ ସ୍ବତନ୍ତ୍ର ପରିଚୟ। ସମସ୍ତେ ଆଦିବାସୀ ଶ୍ରେଣୀର ହୋଇଥିଲେ ହେଁ କୌଳିକ ବୃତ୍ତି ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?