ରାଜ୍ୟ

କଳିଙ୍ଗା ଘାଟିରେ ଦୁର୍ଘଟଣା ନେଇ ପରିବହନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ସୁରଟ୍‌ରୁ ଫେରୁଥିବା ବସ୍‌ର ରୁଟ୍‌ ବଦଳାଯିବ

ଭୁବନେଶ୍ୱର,୩।୫(ବ୍ୟୁରୋ): କଳିଙ୍ଗା ଘାଟିରେ ଦୁଇଟି ବସ୍‌ ଦୁର୍ଘଟଣା ହେବା ପରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ରବିବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଘାଟି ରାସ୍ତା ହୋଇଥିବାରୁ ଏଭଳି ଦୁର୍ଘଟଣା ଘଟିଛି। ଡ୍ରାଇଭର ଉକ୍ତ ରାସ୍ତା ବିଷୟରେ ଅଭ୍ୟସ୍ତ ନୁହନ୍ତି। ଏଣୁ…

ସରକାରୀ କଟକଣା ଖିଲାପ କଲେ ଆଜିଠାରୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲାକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ସମ୍ପ୍ରତି ବାହାର ରାଜ୍ୟରୁ ପ୍ରବାସୀମାନେ ଫେରୁଥିବା ହେତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ପ୍ରବାସୀଙ୍କ ଫେରିବା ପାଇଁ ସ୍ବତନ୍ତ୍ର ବସ୍‌ ଓ ଟ୍ରେନ୍‌ର…

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଗିରଫ, ସରକାରୀ ସହାୟତା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ ଏବେ ରାଜ୍ୟକୁ ଫେରୁଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ…

ବିନା ପାସ୍‌ରେ ଓଡ଼ିଶାରେ ପ୍ରବେଶ ମନା, ଭୁଲ ରୁଟ୍‌ରେ ଗଲେ ସିଜ୍‌ ହେବ ବସ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩।୫(ବ୍ୟୁରୋ): ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀମାନଙ୍କୁ ସୁରୁଖୁରୁରେ ଫେରାଇ ଆଣିବା ସହ କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ପ୍ରବାସୀଙ୍କ ଫେରିବା ପାଇଁ ବସ୍‌ ଏବଂ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି।…

କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। ସୂଚନାଯୋଗ୍ୟ,…

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ…

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ୧୫୨ ନଂ.…

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌ ରବିବାର ସକାଳୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୫ ଜଣ ଯାତ୍ରୀ ସାମାନ୍ୟ…

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌ ଆସିଥିବା ଜଣାପଡିଥିଲା। ଏହାର ୪ ଦିନ ପରେ ଜିଲାର ଲଖନପୁର ବ୍ଲକ ଅଂଚଳରେ…

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆକ୍ରାନ୍ତଜଣଙ୍କ ୩୪…

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ ଓହ୍ଲାଇବା…

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ ଓହ୍ଲାଇ ବସ୍‌ ଯୋଗେ ନିଜ ଗ୍ରାମକୁ ଫେରିଥିଲେ। ୧ନମ୍ବର୍‌ ପ୍ଲାଟଫର୍ମରେ ଲାଗିଥିବା ଟ୍ରେନ୍‌ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri