ରାଜ୍ୟ

ଭୁବନେଶ୍ୱରରେ ପହଞ୍ଚିଲା ୨ ଶହୀଦ ନନ୍ଦୁରାମ ସୋରେନ, ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଚାଇନା ସେନାର ଆକ୍ରମଣରେ ଶହୀଦ ହୋଇଥିବା ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି। ସ୍ବତନ୍ତ୍ର ବିମାନ ଯୋଗେ ସେମାନଙ୍କ ମର ଶରୀର ଭୁବନେଶ୍ୱର ବିଜୁପଟ୍ଟାନୟ ବିମାନବନ୍ଦରରେ ପହଞ୍ଚିଛି।…

ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି।…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ, କଟକର ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ…

ଏବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ରଥ: ଗଜପତି କହିଲେ ‘ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ମାନିବାକୁ ପଡ଼ିବ’

ପୁରୀ ଅଫିସ,୧୮।୬: କିଛିଦିନ ଧରି ରଥଯାତ୍ରାକୁ ନେଇ ଯେଉଁ ଆଶା ଆଶଙ୍କା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ହୋଇଥିବା ଆବେଦନର ଶୁଣାଣି କରିି ଚଳିତ ବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମକୋର୍ଟ ଗୁରୁବାର…

ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ବୀର ଯବାନମାନଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି…

ଆଜି ସନ୍ଧ୍ୟା ୭.୪୫ରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ ବୋଲି…

ଭୁବନେଶ୍ୱରରେ ୯ ନୂଆ ପଜିଟିଭ୍‌ ଚିହ୍ନଟ: ଅଛନ୍ତି ୩ କୋଭିଡ ହସ୍ପିଟାଲ କର୍ମଚାରୀ, ୨ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨ ଲୋକାଲ୍‌ କେସ୍‌ ଅଛନ୍ତି। ସହରରେ ଜଣେ ଆକ୍ରାନ୍ତ(ଡମଣାର ୨୫ ବର୍ଷୀୟ ପୁରୁଷ) ସୁସ୍ଥ…

ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଛତ୍ରପୁର, ୧୮।୬(ଡି.ଏନ୍‌.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ ଅମୃତା…

ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ…

ଏବର୍ଷ ରଥଯାତ୍ରା ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍‌ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…

ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ ସ୍ପଷ୍ଟ…

ମହାନଦୀ ଗର୍ଭରେ ଠାବ ହୋଇଛି ଗୋପୀନାଥ ମନ୍ଦିର: ପୁନଃଉଦ୍ଧାର ସହ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୮।୬(ବ୍ୟୁରୋ): ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ମହାନଦୀ ଗର୍ଭରେ ଠାବ ହୋଇଥିବା ୫ଶହ ବର୍ଷ ତଳ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନଃଉଦ୍ଧାର ସହ ଏହାକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri