ରାଜ୍ୟ

ଅସହାୟ ପରିବାରକୁ ପଲିଥିନ ଭରସା

ବାରିପଦା ଅଫିସ,୫ା୧୦- ଦିନରେ ଚାଳରୁ ପାଣି ଗଳୁଛି ତ ରାତିରେ ଜହ୍ନ ଆଲୁଅ ଦିଶୁଛି। ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ପରିବାରକୁ ମିଳୁନି ପକ୍କାଘର। ସରକାରଙ୍କ ଯୋଜନା ସତେ ଯେପରି ସେମାନଙ୍କ ପାଇଁ ଅପହଞ୍ଚ ସାଜିଛି। ପ୍ରଶାସନ ଓ ରାଜନେତାଙ୍କ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ ପୃଷ୍ଟି ଓରଫ୍‌ ଧଳିଆଙ୍କୁ ଗିରଫ କରିଛି। ଏନେଇ ଥାନାରେ ଦଫା ୩୬୬, ୩୪୧, ୩୫୪,…

ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ମିଳିଛି। ପ୍ରକାଶ ଯେ, ସଂଗ୍ରାମ…

ଚିତ୍ରକୋଣ୍ଡା ବିଡିଓଙ୍କ ଆଲବମ୍‌ ଭିଡିଓ ଭାଇରାଲ

ମାଲକାନଗିରି,୪ା୧୦ (ଡି.ଏନ.ଏ.)-ଚିତ୍ରକୋଣ୍ଡା ବିଡିଓ ଲରିମନ ଖର୍ସେଲଙ୍କ ଏକ ଆଲବମ୍‌ ଭିଡିଓ ଶନିବାର ଭାଇରାଲ ହୋଇଛି। ସେ ଜଣେ ଓଡିଶା ପ୍ରଶାସନିକ ଅଧିକାରୀ ହୋଇଥିବା ବେଳେ ସମ୍ପୃକ୍ତ ଭିଡିଓରେ ହିରୋ ହୋଇ ଆଲବମ ପ୍ରସ୍ତୁତ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଏବେ ପ୍ରଶ୍ନବାଚୀ…

ମୋବାଇଲରେ ଗେମ୍‌ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ

ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍‌ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର ଅପରାହ୍ନରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ…

ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ରାଜଧାନୀରେ ମିଠା ଦୋକାନୀଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଘଟିଛି ନିର୍ମମ ହତ୍ୟାକାଣ୍ଡ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରସ୍ଥିତ ଦୁର୍ଗାମଣ୍ଡପ ନିକଟରେ ଜଣେ ମିଠା ଦୋକାନୀଙ୍କୁ ହତ୍ୟା କରିଛନ୍ତି ଜଣେ ମିଠା ଦୋକାନୀ। ଧାରୁଆ ଅସ୍ତ୍ରରେ ମିଠା ଦୋକାନୀଙ୍କୁ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ର…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ…

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ୩ ଘଣ୍ଟାର ବର୍ଷାରେ ଭୁବନେଶ୍ୱରବାସୀ ଅସ୍ତବ୍ୟସ୍ତ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?