ରାଜ୍ୟ

ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍‌

ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ ମାତ୍ର ୩ଟି ପାସେଞ୍ଜର ଟ୍ରେନ ବାତିଲ୍‌ କରାଯାଇଥିବା ବେଳେ ଅନ୍ୟ ଟ୍ରେନ୍‌ ଗୁଡ଼ିକ...

ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।...

ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍‌ରେ ହାତୀ ଆକ୍ରମଣରେ ଟୁନା...

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ...

ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି: ଦାଖଲ ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୮।୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ କରାଯାଇଛି। ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ତେବେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ...

ବିନା ହେଲମେଟରେ ରାଲି, ଗଣିବେ ଜରିମାନା

ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍‌ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ...

ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା...

ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ

ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ...

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ...

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହ...

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ କାର୍ଯ୍ୟାଳୟ, ବଡ ବଡ ଶପିଂ ମଲ ବନ୍ଦ ରହିଛି।...

ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡରେ ପରିଲକ୍ଷିତ ହୋଇଛି। ଏହି କ୍ରମରେ ବରଗଡ ଶ୍ରମିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri