ଟ୍ରକ ଧକ୍କାରେ ବାଇକ୍ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅଧୀନ କୁଶପଲ୍ଲୀ ଗାଁର...
ଆବାସ ଯୋଜନାରେ ମିଳୁନି ବିଲ୍: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ
ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍ ମିଳୁ ନ ଥିବା ଅଭିଯୋଗ କରି ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି।...
ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା
ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା...
ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ
ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ ନିର୍ମାଣ କରି ସ୍ଥାନୀୟ ଲୋକଙ୍କ ଦୀର୍ଘବର୍ଷର ଦାବି ପୂରଣ କରିବା ପାଇଁ...
ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି
ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ ମଝିରେ ମଝିରେ ହେଉଥିବା ଦେହ ଅସୁସ୍ଥତା ଯୋଗୁ ହାତରେ କିଛି ସଞ୍ଚୟ...
ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ
କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ଲାଭ କରି ଜିଲାବାସୀଙ୍କ ଲାଗି ଗୌରବ ଆଣିଛି। ୨୦୧୮ ମସିହା ଡିସେମ୍ବରରେ ଗ୍ଲୋବାଲ...
ଜରି ତଳେ ଜୀବନ
ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି...
ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ
କୁଆମରା,୫ା୧୧(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି...
‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’
ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍ଘାଟନ କରି ସଂଗୀତ ମଣିଷ ଜୀବନରେ...
ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା
ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର...
ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍ସନ ସ୍ଥାୟୀଭାବେ ବନ୍ଦ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା (ଜିରୋ ଟଲରାନ୍ସ) ନୀତି ଉପରେ ସବୁବେଳେ ଗୁରୁତ୍ୱ...
ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ...
Archives


