ରାଜ୍ୟ

ଇମାମି ପେପର ମିଲ୍‌ ଗୋଦାମରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ରେମୁଣାସ୍ଥିତ ଇମାମି ପେପର ମିଲ୍‌ ଗୋଦାମରେ ମଙ୍ଗଳବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭା କାର୍ଯ୍ୟରେ ୫ଟି ଦମକଳବାହିନୀ ସହ ଏନ୍‌ଡିଆର୍‌ଏଫ୍‌ର ଟିମ୍‌ ନିୟୋଜିତ ହୋଇଛନ୍ତି। ତେବେ ଖବର ଲେଖାଯିବା ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇପାରିନାହିଁ।

ହୋଲି ପରେ ଗାଧୁଆ: କାଠଯୋଡ଼ିରେ ବୁଡ଼ି ଦୁଇ ବାଳକ ମୃତ

କଟକ ଅଫିସ/କଟକ ସଦର(ଡି.ଏନ୍‌.ଏ.),୧୦।୩: କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ ଶୁଭମ କୁମାର ବେହେରା। ଉଭୟଙ୍କ ଘର ନେତାଜୀ ନଗର ହୋଇଥିବା ବେଳେ ସେମାନେ ଅଷ୍ଟମ…

ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

\ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଧନଞ୍ଜୟପୁର ଓ ଜଗନ୍ନାଥ ପ୍ରସାଦ ବ୍ଲକ ପାଟରାପଲ୍ଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍‌କୁ ନେଇ ହୋଲି ଫିକା ପଡ଼ିଛି। ତେବେ ଏହି ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା…

ଭୋର ୪ଟାରେ କଟକରେ ପହଞ୍ଚିଲେ ୫-ଟି ସଚିବ: ଖାନନଗରକୁ ଘୁଞ୍ଚିବ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

କଟକ ଅଫିସ୍‌,୧୦ା୩: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଭୋର ପ୍ରାୟ ୪ଟା ବେଳେ କଟକ ବାଦାମବାଡ଼ିରେ ପହଞ୍ଚିଥିଲେ । ବାଦାମବାଡ଼ି ବସ୍‌ଷ୍ଟାଣ୍ଡର ଉନ୍ନତୀକରଣ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କ ନିମନ୍ତେ…

ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ବିଷୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କୁ ଜଣାଇଥିଲେ।…

ହୋଲି ଲାଗି ବନ୍ଦ ରହିବ ମୋ ବସ୍‌ ସେବା

ଭୁବନେଶ୍ୱର,୯।୩(ବ୍ୟୁରୋ): ମଙ୍ଗଳବାର ହୋଲି ପାଳନ ହେବାକୁ ଥିବା ବେଳେ ଏ ନେଇ ମୋ ବସ୍‌ ସେବା ବନ୍ଦ ରହିବ। ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବାକୁ ଥିବା ବେଳେ ପରେ ସ୍ବାଭାବିକ ହେବା ନେଇ ସୂଚନା ମିଳିଛି। ଏହା ସହ…

ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି

ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର ସୁବାସ ସିଂହ କହିଛନ୍ତି । ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଅର୍ଥଜମା ନେଇ ବିଜୟ ଦେଇଥିବା…

ଶାଳ ଗଣ୍ଡି ସହ ମିନିଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ୪ଜଣ କାଠମାଫିଆଙ୍କୁ ମାମଲା ନଂ.୮୦/୧୯-୨୦ ଅନୁଯାୟୀ ବନ ବିଭାଗ କୋର୍ଟଚାଲାଣ କରିଛି।…

ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ଆର୍‌ଟିଓ: ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ

ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୨୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ…

ଭୁଲ୍‌ ସିଗ୍‌ନାଲ ଯୋଗୁ ଷ୍ଟେଶନରେ ନ ରହି ଚାଲିଗଲା ଟ୍ରେନ: କାର୍ଯ୍ୟରୁ ନିଲମ୍ବିତ ହେଲେ ଷ୍ଟେଶନ ମାଷ୍ଟର

ସୁନ୍ଦରଗଡ଼,୯।୩ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଷ୍ଟେଶନମାଷ୍ଟରଙ୍କୁ ଦକ୍ଷିଣ-ପୂର୍ବ ରେଳପଥ କର୍ତ୍ତୃପକ୍ଷ ସୋମବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ଷ୍ଟେଶନ ମାଷ୍ଟର ସନ୍ତୋଷ କୁମାର ମିଶ୍ରଙ୍କ କାର୍ଯ୍ୟରେ ଅବହେଳା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ମିଶ୍ରଙ୍କ ଖାମଖିଆଲି କାର୍ଯ୍ୟ ଓ ଭୁଲ…

ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା

ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri