ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ ରୋଡ,୧୩ା୯(ଡି.ଏନ୍.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)।…
ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍ଏମ୍ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’
କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ…
ଓରେରାକୁ ଚକମା ଦେଉଛନ୍ତି ଅସାଧୁ ବିଲ୍ଡର
ଭୁବନେଶ୍ୱର,୧୩-୯(ବ୍ୟୁରୋ):ଘର କିମ୍ବା ଜମି କିଣୁଥିବା ବ୍ୟକ୍ତି ଅନେକ ସମୟରେ ଅସାଧୁ ପ୍ରମୋଟର ଓ ରିୟଲ ଇଷ୍ଟେଟ ମାଲିକଙ୍କର ଶୋଷଣର ଶିକାର ହେଉଥିଲେ। ଗ୍ରାହକମାନଙ୍କୁ ସେମାନଙ୍କଠାରୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ରିୟଲ ଇଷ୍ଟେଟ୍ (ରେଗୁଲେଶନ ଆଣ୍ଡ ଡେଭଲପମେଣ୍ଟ) ଆଇନ-୨୦୧୬ କାର୍ଯ୍ୟକାରୀ…
୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ
ସୋରଡା,୧୨ା୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍, ପିକ୍ଅପ୍, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ…
ଗାନ୍ଧୀ ଜୟନ୍ତୀ: ସ୍କୁଲଗୁଡ଼ିକରେ କରାଯିବ ଅହିଂସା ସମ୍ପର୍କିତ ପ୍ରତିଯୋଗିତା
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବ। ରାଜ୍ୟ ସରକାର ଏଥିପାଇଁ ବିଦ୍ୟାଳୟସ୍ତରରେ ପିଲାଙ୍କୁ ଜାତିର ପିତାଙ୍କ ସମ୍ପର୍କରେ ଶିକ୍ଷା ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ଏହି କ୍ରମରେ ସ୍କୁଲରେ ଅହିଂସା ସମ୍ପର୍କିତ ପ୍ରତିଯୋଗିତା…
ଝାରସୁଗୁଡ଼ା ଡାକ୍ତରଖାନାରେ ମୃତବ୍ୟକ୍ତିଙ୍କୁ ସାଲାଇନ୍, ଇଞ୍ଜେକ୍ଶନ ଲଗାଇବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ମୃତ୍ୟୁ ହେବା ପରେ ଜଣେ ନର୍ସ ମୃତଦେହରେ ସାଲାଇନ୍ ଲଗାଇବା ସହ ଇଞ୍ଜେକ୍ଶନ ଦେବାର ଭିଡିଓ ଭାଇରାଲ ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗୁରୁବାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।…
ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ…
ବନ୍ୟାସ୍ଥିତି ନିୟନ୍ତ୍ରଣାଧୀନ: ମନ୍ତ୍ରୀ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ବନ୍ୟାସ୍ଥିତି ନିୟନ୍ତ୍ରଣରେ ଥିବା ଗୁରୁବାର ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ ଓ ଫୁଲବାଣୀରେ…
ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ
କାକଟପୁର,୧୨।୯(ଡି.ଏନ୍.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମନ୍ତ୍ରୀଙ୍କୁ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ-ବ୍ୟାପାର, ଆଇଟି ବିଭାଗ ମନ୍ତ୍ରୀ…
ଦିଲ୍ଲୀରୁ ଫେରିବା ପରେ ନିରଞ୍ଜନଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ: ଇତୀଶ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ଥମିବାର ନାଁ ନେଉନାହିଁ। ଗତ ସାଧାରଣ ନିର୍ବାଚନରେ ଦଳ ଶୋଚନୀୟ ପରାସ୍ତ ହୋଇ ବିରୋଧୀ ଦଳ ଆଖ୍ୟା ପାଇବାରୁ ବଞ୍ଚିତ ହୋଇଛି। ଏଭଳିସ୍ଥଳେ ଦଳର ନେତାମାନେ ପରସ୍ପରକୁ ଟାର୍ଗେଟ କରିବା ସହ ଜଣେ ଅନ୍ୟକୁ…
ଶୌଚାଳୟ ଯାଇଥିବା ବେଳେ ତାଲା ପକାଇ କର୍ତ୍ତୃପକ୍ଷ ଛୁ’, ଘଣ୍ଟାଏ ପରେ ଛାତ୍ର ଉଦ୍ଧାର
ବାଲେଶ୍ୱର ଅଫିସ,୧୨।୯: ବାଲେଶ୍ୱର ସହରର ମଠସାହି ମହାବୀର ନୋଡାଲ ସ୍କୁଲରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଶୌଚାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ର ଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ ତାଲା ପକାଇ ପଳାଇଥିଲେ। ପ୍ରାୟ ୧ ଘଣ୍ଟା ବନ୍ଦ…
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି
କୋଟଗଡ଼, ୧୨। ୯(ଡି.ଏନ୍.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ ଯୁଡ଼ାବାଲି ପଞ୍ଚାୟତ ଗୁମପଦର ଗ୍ରାମର ପାଇନା ମଲିକ(୬୦)ଙ୍କ ପାଇଁ ସେସବୁ ସାତସପନ ପାଲଟିଛି। ସ୍ତ୍ରୀଙ୍କ…
Archives


