ରାଜ୍ୟ

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ। ୪ ବର୍ଷ ହେଲା ଏ ବାବଦ ଟଙ୍କା ନ ମିଳିବାରୁ ସେ ଗତ ଅଗଷ୍ଟ…

ଓଏଏସ୍‌ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ, ଚିତ୍ତରଞ୍ଜନ…

୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର…

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନ୍‌ସୁଗାର ଯୋଗାଉଥିବା ସନ୍ତୋଷଙ୍କୁ ଖଣ୍ଡଗିରି ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି।…

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌ ପ୍ରକଳ୍ପ ସଂଯୋଜକ ଠିକ୍‌ ଭାବେ କାଗଜପତ୍ର ସଂଗ୍ରହ କରି ନ ପାରିବାରୁ ହିତାଧିକାରୀମାନେ ଏହି…

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ ଦୟାନଦୀର ବିପଦ ସଙ୍କେତ ୩.୯୯ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫.୨୨ମିଟର ଜଳ…

ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା

ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର ମେଢ ଗୁଡ଼ିକ ସହର ପରିକ୍ରମା କରିବାପରେ ପାଲଲହଡା ଷ୍ଟାଡିୟମଠାରେ ପହଞ୍ଚିଥିଲେ। ଏହି ଅବସରରେ…

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ ଶନିବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜପଥ ପାର୍ଶ୍ୱରେ ଯେଉଁମାନେ ଦୀର୍ଘ ଦିନ ଧରି…

ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ

ରୂପ୍‌ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ମଙ୍ଗଳବାର ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ଗ୍ରାମର ମହିଳାମାନେ ବିକ୍ଷୋଭ…

ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି

ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ । ଆସନ୍ତା ନଭେମ୍ବର ୧୭ ତରିଖରେ ପଞ୍ଜାବ ଲୁଧିଆନାସ୍ଥିତ ଇସ୍କନ ପକ୍ଷରୁ ରଥଯାତ୍ରା ଅନୁଷ୍ଠିତ…

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି।…

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ ଶ୍ରେଣୀ ଛାତ୍ର ସୁମିତ ସାହୁ ଓ କୁଆଁସରେ ଭଡାରେ ରହୁଥିବା ୧୦ମ ଶ୍ରେଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri