ପଦଯାତ୍ରାରେ ପାକିସ୍ତାନ ଯିବେ ମୁକ୍ତିକାନ୍ତ
ରାଉରକେଲା ଅଫିସ,୨୯।୮: ଦୁଇ ଦେଶ ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଖୁବ୍ଶୀଘ୍ର ପାକିସ୍ତାନକୁ ପଦଯାତ୍ରା କରିବେ ରାଉରକେଲାର ଯୁବ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ। ଏ ନେଇ ବୁଧବାର ସେକ୍ଟର-୨ ସେହେନାଇ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ମୁକ୍ତିକାନ୍ତ ଏବେ…
ବିଶୃଙ୍ଖଳିତ ସଦସ୍ୟଙ୍କ ପାଇଁ ଆସୁ ଆଇନ: ସୂର୍ଯ୍ୟ ପାତ୍ର
ଭୁବନେଶ୍ୱର,୨୯।୮(ବ୍ୟୁରୋ): ପାର୍ଲାମେଣ୍ଟ ତଥା ରାଜ୍ୟଗୁଡିକର ବିଧାନସଭା ଚାଲିଥିବା ସମୟରେ ଅନେକ ସଦସ୍ୟ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥାଆନ୍ତି। ଏହାଦ୍ୱାରା ଭାରତୀୟ ଗଣତନ୍ତ୍ରର ମହାନ ସଂସଦୀୟ ପରମ୍ପରା ତାହାର ଗୁରୁତ୍ୱ ହରାଇଥାଏ, ତେଣୁ ଏଭଳି ସଦସ୍ୟମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ କରାଯାଉ। ଏଥିପାଇଁ…
ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତ ନିୟନ୍ତ୍ରକଙ୍କ ବୈଠକ: ୪୫ ଦିନରେ ପ୍ରକାଶ ପାଇବ ପରୀକ୍ଷାଫଳ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ପରୀକ୍ଷାରେ ସଂସ୍କାର ଆଣିବାକୁ ଅଣ୍ଟା ଭିଡିଛି ଉଚ୍ଚ ଶିକ୍ଷା ବିଭାଗ। ଠିକ୍ ସମୟରେ କୋର୍ସ ସାରିବା ସହ ପରୀକ୍ଷା ପରିଚାଳନା ଓ ଫଳ କିପରି ଶୀଘ୍ର ପ୍ରକାଶ ପାଇବ ସେଥିପାଇଁ ବିଭାଗ ତତ୍ପରତା ଦେଖାଇଛି। ଖାତା ଦେଖା ପାଇଁ…
ଜିପିଏଫ୍ ପାଇଁ ଆଉ ଦୌଡ଼ିବାକୁ ପଡ଼ିବ ନାହିଁ
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଅବସର ପରେ ନିଜର ଜିପିଏଫ୍ (ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ) ପ୍ରାପ୍ୟ ପାଇବାରେ ଆଉ ଅସୁବିଧା ହେବ ନାହିଁ। ଏଣିକି ଏସବୁ ଇଲେକ୍ଟ୍ରୋନିକ(ଇ)-ଅଥରିଟି ମାଧ୍ୟମରେ ସମ୍ପାଦନ ହେବ। ପ୍ରଚଳିତ ପୁରୁଣା…
ଚାଷୀଙ୍କ ସାମାଜିକ, ଅର୍ଥନୈତିକ ଉନ୍ନତି ଚିନ୍ତା: ନବରଙ୍ଗପୁର ଜିଲାରୁ ଆରମ୍ଭ ହେଲା ନୂଆ ଯୋଜନା
ଭୁବନେଶ୍ୱର,୨୯।୮(ବ୍ୟୁରୋ): ସାରା ରାଜ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅପେକ୍ଷାକୃତ ପଛୁଆ ଜିଲାଭାବେ ପରିଚିତ ନବରଙ୍ଗପୁରରୁ…
ସ୍କୁଲ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ବାରଙ୍ଗ/ ନରାଜ, ୨୮।୮(ଡି.ଏନ୍.ଏ.): ବାରଙ୍ଗ ବ୍ଳକ ଶିକ୍ଷା ମଣ୍ଡଳ ଅଧୀନସ୍ଥ ପଞ୍ଚୁପାଳ ଉଚ୍ଚପ୍ରଥାମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଓ ଶିକ୍ଷା ଦାନରେ ବାଧାପ୍ରାପ୍ତ ହେଉଥିବା ପ୍ରତିବାଦରେ ବୁଧବାର ଗ୍ରାମବାସୀ ଓ ଗ୍ରାମ୍ୟ କମିଟି ପକ୍ଷରୁ ସ୍କୁଲ ଫାଟକରେ ତାଲା ପକାଇବା ଦେଖିବାକୁ…
ଆର୍ପିଏଫ୍ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର ସବୁ…
ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ ଏଭଳି…
ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ
କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ…
ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି ରହିଥିବା…
ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର
କଟକ ଅଫିସ,୨୯।୮: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି ଦେଇଥିବା…
ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି
ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଭୂଅର୍ଜନ…
Archives


