ଛାର୍ରି ଝି’ର ଚିନ୍ତାରେ ବୁରୁଧ୍ ମା’ବାପ୍
ଲାଠୋର, ୨୨।୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ସଦର କର୍ତ୍ତିଆପଡ଼ାର ବାସିନ୍ଦା ବୁରୁଧ୍ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ ଦମ୍ପତିକର ୪ ଝି’। ପରିବାରଟା ନିହାତି ଗରିବ୍ ହେଇଥିଲାବେଲେ ଦମ୍ପତି କୁଲିମଜୁରି କରି କୁଟୁମ…
ତୋଟାବନ୍ଧ ସାହିର ୨୫ ପରିବାରଙ୍କୁ ଥଇଥାନ ଦାବି: ବିଏମ୍ସି ଦ୍ୱାରସ୍ଥ ହେଲେ ଉଚ୍ଛେଦ ପରିବାର
ବ୍ରହ୍ମପୁର ଅଫିସ,୨୨ା୧୦-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାସ୍ତା ପ୍ରଶସ୍ତୀକରଣ ନେଇ ଶନିବାର ଓ ରବିବାର ହୋଇଥିବା ଉଚ୍ଛେଦରେ ଅନେକ ପରିବାର ବାସହରା ହୋଇଛନ୍ତି। ଉଚ୍ଛେଦରେ ବିଏମ୍ସିର ୧୦ ନଂ. ୱାର୍ଡ ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ହାଇସ୍କୁଲସାହି ନିକଟ ତୋଟାବନ୍ଧ ସାହିର ପ୍ରାୟ…
ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ
ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ ଆସିଥିଲା। ରେଡ଼କ୍ରସ ଫଣ୍ଡରୁ ୨ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।…
ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ
ଆସିକା,୨୨ା୧୦(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ…
ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ
ଶେରଗଡ,୨୨ା୧୦(ଡି.ଏନ୍.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ ଶେରଗଡ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ନଂ.୧୦୦/୧୯ରେ ମାମଲା…
ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ
ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ ପ୍ରଥମେ ଖଲ୍ଲିକୋଟ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଜିଲା ପ୍ରଶାସନକୁ ଏହି ବିଷୟରେ…
ଅଭିଯୋଗ ରଖୁନି ପୋଲିସ: ଏସ୍ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର
ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ ଘଟଣା ଥମିବାର ନାଁ ଧରୁନି। ସୋମବାର ଦେବାଶିଷ ଏହି ଘଟଣାକୁ ନେଇ ଏସ୍ପି…
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି
ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ…
‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍ଜିଟି ନୋଟିସ
କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି…
୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା
ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ ଘାଟ ନିଲାମ ନେଉଥିବା ବ୍ୟକ୍ତି ଏକ ଭଟୁଭୁଟି ଡଙ୍ଗା ଚଳାଉଥିଲେ। ଏବର୍ଷ ଘାଟକୁ କେହି…
ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ ଦାବି…
ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍ପି
ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ। ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୧୦ଦିନ ଭିତରେ ସହରରେ ଦୁଇଟି ଲୁଟ୍…

