ରାଜ୍ୟ

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ…

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। କେତେଜଣ ଶିକ୍ଷୟିତ୍ରୀଶିକ୍ଷକ…

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ ରଖିବାକୁ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଥମୁନି ଅଣଛାତ୍ରଙ୍କ ଗୁଣ୍ଡାରାଜ

ବ୍ରହ୍ମପୁର ଅଫିସ,୨୧ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଗୁଣ୍ଡାରାଜ ଥମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି ା କିଛିଦିନ ତଳେ ଦୁଇ ଛାତ୍ର ନବାଗତ ଛାତ୍ରଙ୍କ ହଷ୍ଟେଲକୁ ଯାଇ ମାରଣାସ୍ତ୍ର ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ଘଟଣା ସପ୍ତାହ ପରେ ଶୁକ୍ରବାର…

ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ ବନାମ ଜାମଗାଁ ମଧ୍ୟରେ ମୁକାବିଲା ହୋଇଥିଲା । ପ୍ରଥମେ କାପସି ଓ ଚଟିଆଗୁଡା ଏକାଦଶ…

ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ

ଭବାନୀପାଟଣା,୨୧।୯(ଡି.ଏନ.ଏ.) ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ ସହ…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋକସରା,୨୧।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ ତ୍ରିଭୁବନ…

ଫି’ ବୃଦ୍ଧିକୁ ନେଇ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା, ଫାଟକରେ ତାଲା ପକାଇ ଆନ୍ଦୋଳନରେ ଛାତ୍ରୀଛାତ୍ର

ତାଳଚେର,୨୦।୯(ନି.ପ୍ର.): ରିଆଡ୍‌ମିଶନ ଫି କମାଇବା ଦାବିରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀଛତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଏଥିସହ ଟାୟାର ଜାଳି ରାସ୍ତାରୋକ କରିବା ସହ କଲେଜ ମଧ୍ୟକୁ କାହାରିକୁ ଛାଡ଼ୁନାହାନ୍ତି। ଫଳରେ…

ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ

ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ…

ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଏ ନେଇ ଭୁବନେଶ୍ୱର ବିମାନବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି ଲେଖି ଜଣାଯାଇଥିବା ସୂଚନା ମିଳିଛି। ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ…

ଓଡ଼ିଶା ଆସୁଛନ୍ତି କେ. ଶିବନ୍‌

ଭୁବନେଶ୍ୱର,୨୦।୧୯(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍‌। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍‌…

କଟକ ବିଏସ୍‌ଏନ୍‌ଏଲ୍‌ ଅଫିସରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୦।୯: ସ୍ଥାନୀୟ ବଜ୍ରକବାଟୀ ରୋଡ଼ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଅଫିସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଏସ୍‌ଏନ୍‌ଏଲ୍‌ ଅଫିସର ଚତୁର୍ଥ ମହଲାରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?