ସ୍ବଚ୍ଛ ଭାରତ ମିଶନର ଅଳିଆ ରୂପ: ବାହାରକୁ ପାଇଖାନା, ଭିତରେ ଜାଳ ଭାଡି
କଟକ ଅଫିସ, ୭।୭: ଆସନ୍ତା ଅକ୍ଟୋବର ସୁଦ୍ଧା ଓଡ଼ିଶା ବାହ୍ୟ ମଳତ୍ୟାଗ ମୁକ୍ତ ରାଜ୍ୟ ହେବ ବୋଲି ରାଜ୍ୟ ସରକାର କେନ୍ଦ୍ରକୁ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୩ମାସ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା ପାଇଁ ରାଜ୍ୟରେ ୧୦.୫ ଲକ୍ଷ ପାଇଖାନା…
ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ
କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…
ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ
ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…
ଜଗତ୍ସିଂହପୁର ଜିଲା ଚିଠି: କାଗଜପତ୍ରରେ କଟକଣା, ଟ୍ରାଫିକ ସମସ୍ୟା ଜଟିଳ
ଜଗତ୍ସିଂହପୁର ଜିଲାରେ ଟ୍ରାଫିକ ସମସ୍ୟା ଜଟିଳ ହୋଇପଡିଛି। ପ୍ରତ୍ୟହ କେଉଁଠି ନା କେଉଁଠି ଦୁର୍ଘଟଣାରେ ଧନଜୀବନ ହାନି ଘଟୁଛି। ଏହାର ପ୍ରତିକାର ପାଇଁ ଯଦିଓ ଜିଲା ପ୍ରଶାସନ ପକ୍ଷରୁ ପ୍ରତି ମାସରେ ଜିଲା ସଦରମହକୁମା ଓ ପାରାଦୀପରେ ଭାରିଯାନ ଚଳାଚଳ ଉପରେ…
ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ
ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି।…
ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ
ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ ତାଙ୍କୁ କ୍ୟାପିଟାଲ ରିଜିଅନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଉଲ୍ଲେଖ…
ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଦଳର ମାଳମାଳ ବିଧାୟକ ପାଟକୁରାରେ ବର୍ତ୍ତମାନ ଡେରା ପକାଇ ସାରିଛନ୍ତି।…
ମାଉସୀମା’ ମନ୍ଦିର ଆଗରେ ତିନିଠାକୁରଙ୍କ ରଥ
ରଣପୁର, ୭ା୭ (ସ୍ବ.ପ୍ର.): ଓଡ଼ିଶାର ଦ୍ୱିତୀୟ ଶ୍ରକ୍ଷେତ୍ର କୁହାଯାଉଥିବା ରଣପୁରଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ଶନିବାର ସମାପ୍ତ ହୋଇଛି । ସନ୍ଧ୍ୟାରେ ରଥରୁ ୩ଠାକୁରଙ୍କୁ ପୂଜା ପଣ୍ଡାମାନେ ପହଣ୍ଡି ବିଜେ କରାଇ ମାଉସୀମା’ ମନ୍ଦିରକୁ ନେଇଥିଲେ। ଆସନ୍ତା ଗୁରୁବାର…
ଖରସ୍ରୋତା ନଦୀବନ୍ଧ ରାସ୍ତା ଶୋଚନୀୟ: ଯାତାୟାତରେ ଅସୁବିଧା
ବିଞ୍ଝାରପୁର,୭।୭(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇଛି। ନଦୀରୁ ବାଲି ଉଠାଇ ଟ୍ରାକ୍ଟର ଓ ଟ୍ରକ୍ଗୁଡିକ ଏହି ରାସ୍ତାଦେଇ ଯାତାୟାତ କରୁଛନ୍ତି। ଫଳରେ ବିଞ୍ଝାରପୁରଠାରୁ ସିଂହପୁର ପର୍ଯ୍ୟନ୍ତ ଖରତ୍ସୋତା ନଦୀବନ୍ଧରେ ବଡ଼ ବଡ଼ ଗର୍ତ୍ତ…
ଫୁଲକୁ ନେଇ କଣ୍ଟା ବିବାଦ
ପୁରୀ ଅଫିସ,୬ା୭: ଆରମ୍ଭରୁ ବିବାଦରେ ଫସିଥିବା ଶ୍ରୀମନ୍ଦିର ଫୁଲସଜାକୁ ନେଇ ପୁଣି ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଫୁଲ ପାଇଁ ଉଠିଛି କଣ୍ଟା ବିବାଦ। ମହାପ୍ରଭୁଙ୍କ ସେବା ପାଇଁ ସୁଦୂର ଦିଲ୍ଲୀରୁ ଆସିଥିବା ଭକ୍ତ କେ.କେ. ଶର୍ମା ଏହି ବିବାଦ…
ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ : ମିଳିଲା ଆଡ଼ପ ଅବଢା, ରବିବାର ମହାପ୍ରଭୁଙ୍କ ବନକ ଲାଗି
ପୁରୀ ଅଫିସ, ୬ା୭: ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଶନିବାର ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା ପାଗ ସତ୍ତ୍ବେ ବିଶ୍ୱନିୟନ୍ତାଙ୍କ ଦର୍ଶନ ଲାଗି ଭକ୍ତଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ…
ଭିତରକନିକାକୁ ଦେଶୀୟ ପକ୍ଷୀଙ୍କ ଆଗମନ
ରାଜନଗର,୬ା୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନକୁ ଏବେ ଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ମୌସୁମୀ ସ୍ପର୍ଶ ପାଇବା କ୍ଷଣି ଦେଶୀୟ ପକ୍ଷୀମାନେ ଭିତରକନିକାକୁ ସଙ୍ଗମ ପାଇଁ ଆସିଛନ୍ତି। ଦଳଦଳ ହୋଇ ନୀଳ ଆକାଶରେ ଉଡ଼ିବା ଦୃଶ୍ୟ ବେଶ୍ ମନୋରମ।…
Archives


